ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ ଭାରତ ସ୍କାଉଟ ଏବଂ ଗାଇଡ ଶାଖା ପକ୍ଷରୁ ରବିବାର ହେବାକୁ ଥିବା “ଆନ୍ତର୍ଜାତୀୟ ଯୋଗ ଦିବସ” ଅବ୍ୟବହିତ ପୂର୍ବରୁ ଶନିବାର  ଯୋଗ ଶିବିର ଓ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ରୂପେ ବ୍ରହ୍ମପୁର ସ୍ଥିତ ଡେକାନ କଲେଜ ଶାରୀରିକ ଶିକ୍ଷା ପ୍ରଶିକ୍ଷକ ମହାଦେବ ରଥ ଯୋଗଦେଇ ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ ଯୋଗ ଓ ପ୍ରାଣାୟାମ ର ମହତ୍ତ୍ଵ ସମ୍ପର୍କରେ ଉଦବୋଧନ ଦେଇଥିଲେ। ଯୋଗ,ପ୍ରାଣାୟାମ ଜୀବାତ୍ମାକୁ ପରମାତ୍ମାଙ୍କ ସହ ଯୋଗ କରିଥାଏ। ଯୋଗ ପ୍ରାଣାୟାମ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ଵାସ୍ଥ୍ୟକୁ ସୁସ୍ଥ ଓ ସୁସଂଯତ ରଖିବାରେ ମୁଖ୍ୟ ଭୂମିକା ନେଇଥାଏ ବୋଲି ସେ କହିଥିଲେ। ଛାତ୍ରୀଛାତ୍ର,ଅଧ୍ୟାପିକା ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ମାନଙ୍କୁ ସେ ବିଭିନ୍ନ ଯୋଗ,ଆସନ, ପ୍ରାଣାୟମ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ । ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପିକା ଇତିପ୍ରଭା , ଭାରତ ସ୍କାଉଟ ଏବଂ ଗାଇଡ୍ ପ୍ରଶିକ୍ଷିକା ଅଧ୍ୟାପିକା କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ, ପ୍ରଶିକ୍ଷକ ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା, ଯୁବ ରେଡକ୍ରସ୍ ଉପଦେଷ୍ଟା ଅଧ୍ୟାପକ ରଞ୍ଜନ ଗୌଡ଼ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri