ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ ଦିବସ ପାଳିତ ହୋଇଯାଇଛି।

ଏଥିରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ କୁମାର ବିଷୋୟୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରିଥିଲେ। ଏଥିସହ ବିଗତ ୨ବର୍ଷ ମଧ୍ୟରେ ପଞ୍ଚାୟତରେ ହୋଇଥିବା ବିକାଶ ସମ୍ପର୍କରେ କହିଥିଲେ ।

ଯୋଗ ଶିବିରରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପି କୁନିଆମ୍ମା ଦୋରାଙ୍କ ସହ ଶିକ୍ଷୟିତ୍ରୀ ବୈଜୟନ୍ତୀମାଳା ପ୍ରିୟଦର୍ଶନୀ ଏବଂ ଅନ୍ୟ ଶିକ୍ଷୟିତ୍ରୀ, ଶିକ୍ଷକ ଯୋଗ ଦେଇଥିଲେ। ଖେଳ ଶିକ୍ଷକ ଚିନ୍ମୟ ସାହୁ ଯୋଗ ଶିକ୍ଷା ପ୍ରଦାନ କରିବା ସହ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଏକାଗ୍ରତା ବଜାୟ ରଖିବା ପାଇଁ ଯୋଗ ନିହାତି ଆବଶ୍ୟକ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri