କୋରୋନିଲ୍‌ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ

ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍‌ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍‌ କାର୍ଯ୍ୟରେ ଆମର ଉଦ୍ୟମକୁ ଆୟୁଷ ମନ୍ତ୍ରଣାଳୟ ପ୍ରଶଂସା କରିଛି। କରୋନା ଉପରେ ଉଭୟ କ୍ଲିନିକାଲ କଣ୍ଟ୍ରୋଲ ଟ୍ରାୟଲ୍‌ ଓ ପଞ୍ଜିକରଣ ପ୍ରକ୍ରିୟା ନିୟମକୁ ପାଳନ କରାଯାଇଛି। କ୍ଲିନିକାଲ ଟ୍ରାୟଲ୍‌ରେ ଯାହା ପାରାମିଟର ରହିଛି ସେନେଇ ଗବେଷଣା କରାଯାଇଛି। ଏପର୍ଯ୍ୟନ୍ତ କରୋନା ଉପରେ କ୍ଲିନିକାଲ ଟ୍ରାୟଲ ଚାଲିଛି। ଏତଦ୍‌ ବ୍ୟତୀତ ୧୦ରୁ ଊର୍ଦ୍ଧ୍ୱ ରୋଗ ଉପରେ ମଧ୍ୟ ଟ୍ରାୟଲ୍‌ କରାଯାଉଛି। ଆଉ ଏଥିରେ ୩ଟି ସ୍ତର ଅତିକ୍ରମ କରିସାରିଛୁ ବୋଲି ବାବା ରାମଦେବ କହିଛନ୍ତି। ଟ୍ରାୟଲ୍‌ କରାଯାଉଥିବା ରୋଗ ମଧ୍ୟରେ ଉଚ୍ଚ ରକ୍ତଚାପ, ଆଜମା, ହୃତ୍‌ପିଣ୍ଡ, ଚିକନଗୁନିଆ ଆଦି ସାମିଲ ରହିଛି। ସୂଚନାଯୋଗ୍ୟ, ଜୁନ ୨୩ରେ ବାବା ରାମଦେବ କରୋନାର ଆୟୁର୍ବେଦିକ ଔଷଧ କୋରୋନିଲ୍‌ର ଶୁଭାରମ୍ଭ କରିଥିଲେ। ଏହି ଔଷଧ ଦ୍ୱାରା ୭ଦିନରେ କରୋନା ୧୦୦ପ୍ରତିଶତ ଭଲ ହୋଇଯିବ ବୋଲି ଦାବି କରାଯାଇଥିଲା। ହେଲେ ଶୁଭାରମ୍ଭ ହେବାର କିଛି ସମୟ ମଧ୍ୟରେ ହିଁ ଏହାକୁ ନେଇ ବିବାଦ ଦେଖାଦେଇଥିଲା। ଏହି ବିବାଦ ଉପରେ ବୁଧବାର ରାମଦେବ ସ୍ପଷ୍ଟୀକରଣ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri