ଯୋଗ କରୋନା ଲଢ଼େଇରେ  ଗୁରୁତ୍ୱପୂର୍ଣ୍ଣ…

ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ ଲୋକଙ୍କ ମଧ୍ୟରେ ଯୋଗାଭ୍ୟାସ ପ୍ରତି ଆଗ୍ରହ ସୃଷ୍ଟି ହୋଇଛି। ପ୍ରାଣାୟାମ ଦ୍ୱାରା ଶରୀରରେ ଅମ୍ଳଜାନସ୍ତରକୁ ସ୍ବାଭାବିକ କରିବା ନେଇ ଚିକିତ୍ସକମାନେ ପରାମର୍ଶ ଦେଉଛନ୍ତି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଥିବାବେଳେ ବାହ୍ୟ କାର୍ଯ୍ୟ କଳାପରେ ଅଙ୍କୁଶ ଲାଗିଛି। ଫଳରେ ଘରେ ରହି ସୁସ୍ବାସ୍ଥ୍ୟକୁ ବଜାୟ ରଖିବା ସହିତ ଶରୀର ରକ୍ଷାର ଶ୍ରେଷ୍ଠତମ କାର୍ଯ୍ୟ ଭାବେ ଯୋଗ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ବିଭିନ୍ନ ଯୋଗ ମୁଦ୍ରା ଦ୍ୱାରା ଶରୀରର ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକର କାର୍ଯ୍ୟକୁ ସୁନିୟନ୍ତ୍ରିତ କରିବାକୁ ଚିକିତ୍ସକମାନେ ପରାମର୍ଶ ଦେଉଛନ୍ତି। ଅନୁଲୋମ ବିଲୋମ ଦ୍ୱାରା ଲୋକେ ନିଜର ମାନସିକସ୍ତରକୁ ସଶକ୍ତ କରି ପାରୁଛନ୍ତି। ଫଳରେ ଅବସାଦ ଦୂର ହେବା ସହିତ ହାର୍ଟ ସ୍ବାଭାବିକ ଭାବେ କାର୍ଯ୍ୟକ୍ଷମ ହୋଇପାରୁଛି। ଦୀର୍ଘଶ୍ୱାସ ବ୍ୟାୟାମ କରିବାକୁ ଚିକିତ୍ସକମାନେ କହୁଛନ୍ତି। ଏହାଦ୍ୱାରା ଫୁସ୍‌ଫୁସ୍‌ କୋଷିକା ସୁଦୃଢ଼ ହେବା ସହିତ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ଶରୀରରେ ଅମ୍ଳଜାନସ୍ତର ସ୍ବାଭାବିକ ହୋଇପାରିଥାଏ ବୋଲି କରୋନା ଆକ୍ରାନ୍ତଙ୍କ ସମେତ ସୁସ୍ଥ ଲୋକଙ୍କୁ ଅବଗତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri