ଉପକାରୀ ଯୋଗ

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜକୁ ସୁସ୍ଥ ରଖିବା ହେଉଛି ବଡ଼ କଥା। କାରଣ ଅନେକେ କାର୍ଯ୍ୟବ୍ୟସ୍ତତା ଭିତରେ ନିଜ ଶରୀର ପ୍ରତି ଆବଶ୍ୟକ ମୁତାବକ ଦୃଷ୍ଟି ଦେବାକୁ ଭୁଲି ଯାଇଥାଆନ୍ତି। ଫଳରେ ସେମାନେ କେତେକ ରୋଗର ଶିକାର ହୋଇଥାଆନ୍ତି। ତେବେ ଏ କ୍ଷେତ୍ରରେ ଯୋଗର ଭୂମିକା ମଧ୍ୟ ରହିଛି। ଜଣେ ବ୍ୟକ୍ତି ଦିନତମାମ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳୁ ଅତିକମ୍‌ରେ ଅଧଘଣ୍ଟାଏ ଚାଲିବା ଦରକାର। ଏହାବ୍ୟତୀତ ବ୍ୟାୟାମ ଏବଂ ଯୋଗକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ। ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ନିୟମିତ ଯୋଗ କରିବା ଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ୍‌ ହୋଇଥାଏ। ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଠିକ୍‌ ଭାବେ ହୋଇଥାଏ। ତା’ସହ ଆମ ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକ ମଜଭୁତ ରହିଥାଏ। ଆଉ ଏକ ଖାସ୍‌ କଥା ହେଲା ଯୋଗ କରିବା ଦ୍ୱାରା ରକ୍ତଚାପ ସନ୍ତୁଳିତ ରହିଥାଏ। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା ଯୋଗୁ ନିଦ୍ରାହୀନତାର ଶିକାର ହୁଅନ୍ତି। ତେଣୁ ଏହାକୁ ଦୂରେଇବାକୁ ହେଲେ, ଯୋଗ କରିପାରନ୍ତି। ତେବେ ଯୋଗ କରିବା ପୂର୍ବରୁ ଯୋଗ ଏକ୍ସପର୍ଟଙ୍କ ସହ ବିଶଦ ଭାବରେ ଆଲୋଚନା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri