ସ୍କୁଲରେ ପ୍ରାର୍ଥନା ପରେ ଛାତ୍ରୀଛାତ୍ରଙ୍କୁ ଯୋଗଶିକ୍ଷା

ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ରାଜ୍ୟର ସ୍କୁଲଗୁଡିକରେ ପିଲାଙ୍କ ପାଠପଢ଼ା ସହ ଖେଳକୁଦକୁ ଗୁରୁତ୍ୱ ଦିଆଯାଉଛି। ଏବେ କ୍ରୀଡ଼ା ସହିତ ସ୍କୁଲରେ ଯୋଗଶିକ୍ଷା ଦେବା ପାଇଁ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ଛାତ୍ରୀଛାତ୍ରଙ୍କୁ କ୍ରୀଡ଼ା ପ୍ରୋତ୍ସାହନ ପାଇଁ ଗାଇଡ୍‌ଲାଇନ ଜାରି ହୋଇଛି। ଗତ ମେ’ ୬ରେ ବିଭାଗୀୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ହୋଇଥିବା ନିଷ୍ପତ୍ତିକୁ ନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏ ସମ୍ପର୍କିତ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ପ୍ରାର୍ଥନା ପରେ ୧୦ ମିନିଟ ପାଇଁ ପିଲା ସ୍କୁଲରେ ଯୋଗ କରିବେ। କ୍ରୀଡ଼ା ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କୁ ଦଣ୍ଡାୟମାନ ଅବସ୍ଥାରେ ହୋଇପାରୁଥିବା କିଛି ଯୋଗ, ପ୍ରାଣାୟାମ ତଥା ଶାରୀରିକ ବ୍ୟାୟାମ କରାଇବେ। ଏହା ପିଲାଙ୍କୁ ପାଠପଢ଼ାରେ ମନ ଲଗାଇବାରେ ସାହାଯ୍ୟ କରିବ ବୋଲି କୁହାଯାଇଛି। ସେହିପରି ଜାତୀୟସ୍ତରୀୟ ପ୍ରତିଯୋଗିତା ପାଇଁ ସ୍କୁଲରେ ପ୍ରତିଭା ଚିହ୍ନଟ ପାଇଁ ପରାମର୍ଶ ଦିଆଯାଇଛି। ୧୫ ଜିଲା ଶାରୀରିକ ଶିକ୍ଷା ଅଧିକାରୀ(ଡିପିଇଓ) ଏବଂ ୧୫ଜଣ ଭାରପ୍ରାପ୍ତ ଡିପିଇଓଙ୍କୁ ସ୍କୁଲ, ବ୍ଲକ ଓ ଜିଲାସ୍ତରରେ କ୍ରୀଡ଼ା ଆକ୍ଟିଭିଟିଜ୍‌ର ଯାଞ୍ଚ କରିବେ। ଯେଉଁ ସ୍କୁଲ ଜିଲାସ୍ତରରେ ଭଲ କରିବ, ସେହି ସ୍କୁଲକୁ କିଟ୍‌ସ ମିଳିବ। ଜାତୀୟ ଇଭେଣ୍ଟ ପାଇଁ ଯୋଗ୍ୟ ରାଜ୍ୟ ଟିମ୍‌କୁ କଳିଙ୍ଗ ଷ୍ଟାଡିୟମରେ ଟ୍ରେନିଂ ମିଳିବ ବୋଲି ଉକ୍ତ ନିର୍ଦ୍ଦେଶାବଳୀରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ଆଲର୍ଟ, ୧୦ରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ!

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପିଏଙ୍କ ହତ୍ୟା ପରେ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ, ସିଧା କହିଦେଲେ ହତ୍ୟାକାରୀ…ପଶ୍ଚିମବଙ୍ଗରେ ଚହଳ

କୋଲକାତା,୭।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri