‘ଯୋଗ ଦ୍ୱାରା ମାନସିକ-ଶାରୀରିକ ବିକାଶ ହୋଇଥାଏ’

କେସିଙ୍ଗା,୨୧ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୬ାରେ ନାମ ପଞ୍ଜୀକୃତ କରାଯାଇଥିଲା। ସକାଳ ୭ରୁ ୮ଟା ଯାଏ ଯୋଗାଭ୍ୟାସ କରାଯାଇ ଥିଲା। ଶ୍ରୀ ଅରବିନ୍ଦଙ୍କ ଏକ ବାଣୀରେ କହିଛନ୍ତି ଯେ ,All life is yoga,all life is Education.ଜୀବନ ସାରା ମଣିଷକୁ ସୁସ୍ଥ ଓ ଶାନ୍ତି ରହିବାକୁ ହେଲେ ଶରୀରର ମାନସିକ, ବୌଦ୍ଧିକ, ଶାରୀରିକ ବିକାଶ କ୍ଷେତ୍ରରେ ଧ୍ୟାନ ଦେବାକୁ ଅତି ଜରୁରୀ ବୋଲି ଅଧ୍ୟକ୍ଷ ଏକ ମତ ରଖିଥିଲେ। ଏହି ଉପଲକ୍ଷେ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀୟ, କନିଷ୍ଠଯନ୍ତ୍ରୀ ନାରାୟଣ ମହାରଣା, ଶ୍ରୀନିବାସ ପଟ୍ଟନାୟକଙ୍କ ସମେତ ସମସ୍ତ ଏନ୍‌ଏସି କର୍ମଚାରୀ ଏବଂ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଯୁବବର୍ଗ ଏହି ଅନ୍ତର୍ଜାତୀୟ ଯୋଗ ଦିବସରେ ଅଂଶଗ୍ରହଣ କରି ଯୋଗାଭ୍ୟାସ କରିଥିଲେ। ପ୍ରତ୍ୟେକ ଦିନ ଯୋଗ କରିବାକୁ ସଂକଳ୍ପ ମଧ୍ୟ କରିଥିଲେ। ଏହି ଅବସରରେ ଡୁମେର ମୁଣ୍ଡାଗ୍ରାମସ୍ଥିତ ଏମ୍‌ସିସି ଓ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଅଧ୍ୟକ୍ଷଙ୍କ ସମେତ ନିର୍ବାହୀ ଅଧିକାରୀଙ୍କ ସମେତ କର୍ମଚାରୀଙ୍କ ମିଳିତ ଉଦ୍ୟମ ବୃନ୍ଦ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri