କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି 

ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି।

ଚଳିତ ବର୍ଷ ଯୋଗ ଦିବସ ପାଳନର ଥିମ୍ ରହିଛି ନିଜର ଓ ସମାଜ ପାଇଁ ଯୋଗ(ଯୋଗ ଫର ସେଲ୍ଫ୍ ଆଣ୍ଡ ସୋସାଇଟି) । ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ସୁସ୍ଥତା ପାଇଁ ଯୋଗର ଉପଯୋଗିତା ସଂପର୍କରେ ଜାଣି ଏହାକୁ ଦୈନନ୍ଦିନ ଅଭ୍ୟାସ ଭାବରେ ଗ୍ରହଣ କରିବା ପାଇଁ ସଂକଳ୍ପ ନେବା ଏବଂ ଏକ ସୁସ୍ଥ ଜୀବନ ଶୈଳୀ ପାଇଁ ଯୋଗର ଆବଶ୍ୟକତା ସଂପର୍କରେ ଜନ ସାଧାରଣଙ୍କୁ ଉତ୍ସାହିତ କରିବା ଏହି ଯୋଗ ଦିବସ ପାଳନର ଉଦ୍ଦେଶ୍ୟ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ନୟାପଲ୍ଲୀସ୍ଥିତ କସ୍ତୁରବା ସ୍କୁଲ ଫିଲ୍ଡ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଏମ୍‌ପି ସମ୍ବିତ ପାତ୍ର କୋଣାର୍କ, ବାଚସ୍ପତି ସୁରମା ପାଢ଼ୀ ନୟାଗଡ଼, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ବିଧାୟକ ଟଙ୍କଧର ତ୍ରିପାଠୀ ଝାରସୁଗୁଡ଼ା, ମନ୍ତ୍ରୀ ରବି ନାରାୟଣ ନାଏକ ସମ୍ବଲପୁର, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଏମ୍‌ପି ବଳଭଦ୍ର ମାଝି ନବରଙ୍ଗପୁର, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ଏମ୍‌ପି ରୁଦ୍ରନାରାୟଣ ପାଣି ଢେଙ୍କାନାଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା, ମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀର, ବିଭୂତି ଭୂଷଣ ଜେନା ବ୍ରହ୍ମପୁର, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଛତ୍ରପୁର, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବାଟି ବାରିପଦା, ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ରାଇରଙ୍ଗପୁର, ଏମ୍‌ପି ଅଭିମନ୍ୟୁ ସେଠୀ ଏବଂ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଭଦ୍ରକ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏବଂ ଏମ୍‌ପି ରବିନାରାୟଣ ବେହେ ବେହେରା ଯାଜପୁର ଏହିଭଳି ଅନ୍ୟ ମନ୍ତ୍ରୀ, ଏମ୍‌ପି ଓ ବିଧୟାକମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?