ଏଣିକି ସ୍କୁଲ ପାଠ୍ୟକ୍ରମରେ ରହିବ ଯୋଗ: କେବେଠୁ…

ଭୁବନେଶ୍ୱର,୨୨।୬ (ସୁନିତ୍‌ ମିଶ୍ର): ପିଲାଙ୍କ ଶାରୀରିକ, ମାନସିକ ଓ ଆବେଗିକ ସୁସ୍ଥତା ପାଇଁ ସ୍କୁଲ ପାଠ୍ୟକ୍ରମ ଏବଂ ଜନସ୍ବାସ୍ଥ୍ୟ କାର୍ଯ୍ୟକ୍ରମଗୁଡ଼ିକରେ ଯୋଗକୁ ସାମିଲ କରାଯିବ। ଏହା ଏକ ସୁସ୍ଥ, ଆତ୍ମନିର୍ଭରଶୀଳ ଓ ସମର୍ଥ ଭାରତ ଗଢ଼ି ତୋଳିବାରେ ସହାୟକ ହେବ। ଏଥିସକାଶେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି ବୋଲି ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଆମେ ଯୋଗକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରାଉଛୁ। ସ୍କୁଲ, କଲେଜ, ହଷ୍ଟେଲ, ସ୍ପୋର୍ଟିଂ ସେଣ୍ଟର ଆଦିରେ ସଚେତନତା ଅଭିଯାନର ଆୟୋଜନ କରାଯାଉଛି। ତେଣୁ ସ୍କୁଲ ପାଠ୍ୟକ୍ରମ ଓ ଜନସ୍ବାସ୍ଥ୍ୟ କାର୍ଯ୍ୟକ୍ରମରେ ଏହାକୁ ସାମିଲ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri