Posted inଜାତୀୟ

ପ୍ରଥମ ଥର ୨ଉପ-ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ

ନୂଆଦିଲ୍ଲୀ,୧୩।୪: ଉତ୍ତରପ୍ରଦେଶରେ ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ହେବା ପରେ ଯୋଗୀ ଆଦିତ୍ୟନାଥ ୨ଉପମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୨ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ରାଷ୍ଟ୍ରପତିଙ୍କଠାରୁ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। ସୂଚନା ମୁତାବକ ଶୁକ୍ରବାର ଯୋଗୀ ଆଦିତ୍ୟନାଥ, କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ପ୍ରଥମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହାପରେ ୩ନେତା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପୁଷ୍ପଗୁଚ୍ଛ ଦେଇ ଭେଟିଥିଲେ। ଏହି ଦୃଶ୍ୟର ଅର୍ଥ ୟୁପି ରାଜନୀତିର ଏକ ଭିନ୍ନ କାହାଣୀ କହୁଥିବା ବେଳେ ଉକ୍ତ ସାକ୍ଷାତକାରକୁ ନେଇ ଅନେକ ରାଜନୀତିକ ଚର୍ଚ୍ଚା ଚାଲିଛି। ସୂଚନାଯୋଗ୍ୟ, ପ୍ରଥମ କାର୍ଯ୍ୟକାଳରେ କେବେ ଏଭଳି ଚିତ୍ର କେବେ ଦେଖିବାକୁ ମିଳି ନ ଥିଲା। ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ ଇନିଂସରେ ବର୍ତ୍ତମାନ ଭାଜପା ହାଇକମାଣ୍ଡ ଦଳ ଉପରେ ଗୁରୁତ୍ୱାରୋପ କରୁଛି। କାରଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର ଉପମୁଖ୍ୟମନ୍ତ୍ରୀ କେଶବ ପସାଦ ଓ ବ୍ରଜେଶ ପାଠକଙ୍କ ସହ ସମ୍ପର୍କ ଏତେଟା ଭଲ ନ ଥିଲା। ତେଣୁ ଭାଜପା ହାଇକମାଣ୍ଡ ବର୍ତ୍ତମାନ ୟୁପିକୁ ଏକ ଦଳ ଭାବେ ଦେଖିବାକୁ ଚାହୁଁଛନ୍ତି। ଯେପରି ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କୌଣସି ବିବାଦ ନ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri