Posted inଜାତୀୟ

ପ୍ରଥମ ଥର ୨ଉପ-ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ

ନୂଆଦିଲ୍ଲୀ,୧୩।୪: ଉତ୍ତରପ୍ରଦେଶରେ ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ହେବା ପରେ ଯୋଗୀ ଆଦିତ୍ୟନାଥ ୨ଉପମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୨ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ରାଷ୍ଟ୍ରପତିଙ୍କଠାରୁ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। ସୂଚନା ମୁତାବକ ଶୁକ୍ରବାର ଯୋଗୀ ଆଦିତ୍ୟନାଥ, କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ପ୍ରଥମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହାପରେ ୩ନେତା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପୁଷ୍ପଗୁଚ୍ଛ ଦେଇ ଭେଟିଥିଲେ। ଏହି ଦୃଶ୍ୟର ଅର୍ଥ ୟୁପି ରାଜନୀତିର ଏକ ଭିନ୍ନ କାହାଣୀ କହୁଥିବା ବେଳେ ଉକ୍ତ ସାକ୍ଷାତକାରକୁ ନେଇ ଅନେକ ରାଜନୀତିକ ଚର୍ଚ୍ଚା ଚାଲିଛି। ସୂଚନାଯୋଗ୍ୟ, ପ୍ରଥମ କାର୍ଯ୍ୟକାଳରେ କେବେ ଏଭଳି ଚିତ୍ର କେବେ ଦେଖିବାକୁ ମିଳି ନ ଥିଲା। ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ ଇନିଂସରେ ବର୍ତ୍ତମାନ ଭାଜପା ହାଇକମାଣ୍ଡ ଦଳ ଉପରେ ଗୁରୁତ୍ୱାରୋପ କରୁଛି। କାରଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର ଉପମୁଖ୍ୟମନ୍ତ୍ରୀ କେଶବ ପସାଦ ଓ ବ୍ରଜେଶ ପାଠକଙ୍କ ସହ ସମ୍ପର୍କ ଏତେଟା ଭଲ ନ ଥିଲା। ତେଣୁ ଭାଜପା ହାଇକମାଣ୍ଡ ବର୍ତ୍ତମାନ ୟୁପିକୁ ଏକ ଦଳ ଭାବେ ଦେଖିବାକୁ ଚାହୁଁଛନ୍ତି। ଯେପରି ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କୌଣସି ବିବାଦ ନ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri