Posted inଜାତୀୟ

ରାଜନୈତିକ ହଲ୍‌ଚଲ୍‌ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ

ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି ଉଠୁଥିବା ପଡୁଥିବା ବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି। ଯାହାଙ୍କ ଉପରେ ରହିଛି ସମଗ୍ର ଦେଶର ନଜର।

ବୈଠକର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ଭାଜପା ସଭାପତି ତଥା ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରୁଛନ୍ତି। ଏହି ଭିଡିଓରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ନଜର ଆସିଛନ୍ତି। ସେ ବସିଥିବା ସ୍ଥାନକୁ ଦେଖି କେବଳ ଯୋଗୀଙ୍କ ସ୍ଥିତି ଆକଳନ କରାଯାଉଛି। ଯୋଗୀ ଆଦିତ୍ୟନାଥ ମୋଦିଙ୍କଠାରୁ ଅଳ୍ପ ଦୂରରେ ବସିଥିବାର ନଜର ଆସିଛନ୍ତି।

ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଜେପି ନଡ୍ଡା ଅଧ୍ୟକ୍ଷତା କରୁଥିବା ଦେଖିବାକୁ ମିଳିଥିଲା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଧାନମନ୍ତ୍ରୀଙ୍କ ଡାହାଣ ପାର୍ଶ୍ୱରେ ପ୍ରଥମ ସିଟ୍‌ରେ ବସିଥିବାର ନଜର ଆସିଛନ୍ତି। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମଧ୍ୟ ଉପସ୍ଥିତ ଅଛନ୍ତି। ଏଥିସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାମ ପଟ ଦ୍ୱିତୀୟ ସିଟ୍‌ରେ ବସିଥିବାର ନଜର ଆସିଛନ୍ତି ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ତାଙ୍କ ପାଖରେ ଥିବା ସିଟ୍‌ରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri