Posted inଜାତୀୟ

ଐତିହାସିକ ହେବ ଯୋଗୀ ୨.୦ ଶପଥଗ୍ରହଣ ସମାରୋହ: ୨ ଘଣ୍ଟା ଧରି ସବୁ ମନ୍ଦିରରେ ବାଜିବ ଘଣ୍ଟ

ଲକ୍ଷ୍ନୌ,୨୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଦ୍ୱିତୀୟଥର ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଢିବାକୁ ଯାଉଛି। ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଆସନ୍ତା ମାର୍ଚ୍ଚ ୨୫ରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଶପଥଗ୍ରହଣ ଉତ୍ସବ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଶପଥ ଗ୍ରହଣ ଦିନ ସକାଳ ୮ରୁ ୧୦ ଅର୍ଥାତ୍‌ ୨ ଘଣ୍ଟା ଧରି ଉତ୍ତରପ୍ରଦେଶର ପ୍ରତ୍ୟେକ ଜିଲା, ସହର, ଏବଂ ଗାଁର ମନ୍ଦିରରେ ଘଣ୍ଟ ବାଜିବ। ସେଠାରେ ଆରତୀ ହେବ ଏବଂ ଲୋକଙ୍କ କଲ୍ୟାଣ ପାଇଁ ପୂଜା କରାଯିବ। କେବଳ ଏତିକି ନୁହେଁ, ଉତ୍ତରପ୍ରଦେଶର ସମସ୍ତ ମଠ ଏବଂ ମନ୍ଦିରରୁ ସାଧୁମାନଙ୍କୁ ଶପଥ ଗ୍ରହଣ ପାଇଁ ଲକ୍ଷ୍ନୌ ଆସିବାକୁ ନିମନ୍ତ୍ରଣ ପଠାଯାଇଛି। ଏପରିକି ଦଳ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି, ଲକ୍ଷ୍ନୌକୁ ଆସୁଥିବା ପ୍ରତ୍ୟେକ କର୍ମୀଙ୍କୁ ତାଙ୍କ ଗାଡିରେ ପତାକା ଲଗାଇ ଆସିବାକୁ ପଡିବ।
ଭାଜପାର ରାଜ୍ୟ ସାଧାରଣ ସମ୍ପାଦକ ଗୋବିନ୍ଦ ନାରାୟଣ ଶୁକ୍ଲାଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ଲକ୍ଷ୍ନୌରେ ହେବାକୁ ଥିବା ଏହି ଶପଥ ଗ୍ରହଣ ସମାରୋହରେ ରାଜ୍ୟର ସମସ୍ତ ଜିଲା, ବିଭାଗ ଏବଂ ବିଦ୍ୟୁତ କେନ୍ଦ୍ରର କର୍ମକର୍ତ୍ତାଙ୍କୁ ନିମନ୍ତ୍ରଣ କରାଯାଇଛି। ଏଥିପାଇଁ ଜିଲା ସଭାପତିମାନଙ୍କୁ ଏକ ତାଲିକା ପ୍ରସ୍ତୁତ କରି ରାଜ୍ୟ ମୁଖ୍ୟାଳୟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?