Posted inଜାତୀୟ

ପ୍ରଥମଥର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ଯୋଗୀ ଆଦିତ୍ୟନାଥ!

ଲକ୍ଷ୍ନୌ,୨ ।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଥମଥର ଲାଗି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ବୋଲି ଜଣାପଡିଛି । ଶନିବାର ଖବରାତାଙ୍କ ସହ କଥା ହେବା ସମୟରେ ସେ ପରୋକ୍ଷରେ ଏହା କହିଛନ୍ତି । ଏହା ଅଫିସିୟାଲି ଘୋଷଣା କରାଯାଇ ନାହିଁ । କିନ୍ତୁ ସେ କେଉଁ ଆସନରୁ ନିର୍ବାଚନ ଲଢିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହାଇନାହିଁ । ଏହାସହ ଯୋଗୀ ଆଦିତ୍ୟନାଥ ଦାବି କରିଛନ୍ତି ଏଥର ବିଧାନସଭା ନିର୍ବାଚରେ ଭାରତୀୟ ଜନତା ପାର୍ଟି(ଭାଜପା) ଉତ୍ତରପ୍ରଦେଶରେ ୩୦୦ରୁ ଅଧିକ ଆସନରେ ବିଜୟୀ ହେବ ଓ ପୁଣିଥରେ ସରକାର ଗଠନ କରିବ । ସୂଚନାଯୋଗ୍ୟ, ଯୋଗୀ ଆଦିତ୍ୟନାଥ ୨୦୧୪ ଲୋକ ସଭା ନିର୍ବାଚନରେ ଗୋରଖପୁରରୁ ନିର୍ବାଚିତ ହୋଇଥିଲେ । ଏହାପରେ ତାଙ୍କୁ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଆସନ ମିଳିଥିଲା ଓ ପରେ ତାଙ୍କୁ ବିଧାନ ପରିଷଦର ସଦସ୍ୟତା ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?