Posted inଜାତୀୟ

ବଡ଼ ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ: ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ…

ଲକ୍ଷ୍ନୌ,୧୭।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଏକ ରେକର୍ଡ କରିଛନ୍ତି। ସେ ୭ ବର୍ଷ ୧୪୯ ଦିନ କ୍ରମାଗତ ଭାବରେ ଏହି ପଦବୀରେ ଅବସ୍ଥାପିତ ହୋଇଥିବା ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଯୋଗ ଆଦିତ୍ୟନାଥ ୨୦୨୨ରୁ ୟୁପି ବିଧାନସଭାରେ ଗୋରଖପୁର ସହରୀ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଛନ୍ତି। ସେ ୨୦୧୭ରୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଉଛନ୍ତି।
ଯୋଗୀ ମାର୍ଚ୍ଚ ୧୯, ୨୦୧୭ଠାରୁ କ୍ରମାଗତ ଭାବରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଆସୁଛନ୍ତି। ଦୀର୍ଘ ଦିନ ଧରି ୟୁପିର ମୁଖ୍ୟମନ୍ତ୍ରୀ ହେବା ଦୃଷ୍ଟିରୁ କଂଗ୍ରେସର ସାମୁର୍ନାନନ୍ଦ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ୨୮ ଡିସେମ୍ବର ୧୯୫୪ ରୁ ୭ ଡିସେମ୍ବର ୧୯୬୦ ପର୍ଯ୍ୟନ୍ତ ୫ ବର୍ଷ ୩୪୫ ଦିନ ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଥିଲେ।
ସମାଜବାଦୀ ପାର୍ଟିର ମୁଲାୟମ ସିଂ ଯାଦବ, ଯିଏ ତିନିଥର ମୁଖ୍ୟମନ୍ତ୍ରୀ ଥିଲେ, ମୋଟ ୬ ବର୍ଷ ୨୭୪ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ। ଏଥି ସହିତ ଚାରିଥର ମୁଖ୍ୟମନ୍ତ୍ରୀ ଥିବା ମାୟାବତୀ ମଧ୍ୟ ଯୋଗୀଙ୍କ ରେକର୍ଡଠାରୁ ବହୁ ପଛରେ ଅଛନ୍ତି। ମାୟାବତୀ ସମୁଦାୟ ୭ ବର୍ଷ ୧୬ ଦିନ ମୁଖ୍ୟମନ୍ତ୍ରୀ ଥିଲେ। ଏସପିରୁ ସିଏମ ଥିବା ଅଖିଳେଶ ଯାଦବ ମଧ୍ୟ ମାତ୍ର ୫ ବର୍ଷ ୪ ଦିନ ମୁଖ୍ୟମନ୍ତ୍ରୀ ରହିଛନ୍ତି।
ଯୋଗୀ ବର୍ତ୍ତମାନ ସେହି ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ଅଛନ୍ତି, ଯାହାଙ୍କ ନେତୃତ୍ୱରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ଏକ ଦଳର ସରକାର ଗଠନ କରାଯାଇଛି। ଯୋଗୀ ୨୫ ମାର୍ଚ୍ଚ ୨୦୨୨ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାବେଳେ ସେ ନାରାୟଣ ଦତ୍ତ ତିୱାରୀଙ୍କ ୩୭ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିଲେ। ୧୯୮୫ରେ ଅବିଭକ୍ତ ୟୁପିରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରି ନାରାୟଣ ଦତ୍ତ ତିୱାରୀ ଏକ ରେକର୍ଡ ସୃଷ୍ଟି କରିଥିଲେ, କିନ୍ତୁ ଯୋଗୀ ଏହାକୁ ମଧ୍ୟ ଭାଙ୍ଗିଥିଲେ। ୧୯୭୬-୭୭ ମସିହାରେ ତିୱାରୀ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ। ତେବେ ସେହି ସମୟରେ ରାଷ୍ଟ୍ରପତି ଶାସନ ବଳବତ୍ତର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri