Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ଲାଗିପାରେ ବଡ ଝଟ୍‌କା, ଇସ୍ତଫା ଦେବେ ମନ୍ତ୍ରୀ!

ଲକ୍ଷ୍ନୌ,୧୯।୭: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ସରକାରକୁ ଏକ ବଡ଼ ଝଟକା ଲାଗିପାରେ ପାରେ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୟୁପିରେ ଅଧିକାରୀଙ୍କ ଅବାଧ୍ୟତା ପ୍ରସଙ୍ଗରେ ବିବାଦ ବୃଦ୍ଧି ପାଇଛି। ୟୁପି ସରକାରରେ ରାଜ୍ୟ ମନ୍ତ୍ରୀ ସୋନମ କିନ୍ନର ଇସ୍ତଫା ଦେଇପାରନ୍ତି। ସେ ଅଧିକାରୀଙ୍କ ଅବାଧରେ ଅସନ୍ତୁଷ୍ଟ ଅଛନ୍ତି। ସେ ଖୁବ୍‌ଶୀଘ୍ର ରାଜ୍ୟପାଳଙ୍କୁ ଭେଟିପାରନ୍ତି।
ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଅପେକ୍ଷାକୃତ ଦୁର୍ବଳ ପ୍ରଦର୍ଶନ ପରେ ଉତ୍ତର ପ୍ରଦେଶରେ ପୁଣି ହେବାକୁ ଯାଉଛି ଉପନିର୍ବାଚନ। ୧୦ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିଲେ ବି ଏହାକୁ ନେଇ ଉଭୟ ରାଜ୍ୟ ଓ କେନ୍ଦ୍ରୀୟ ସ୍ତରରେ ରାଜନୈତିକ ସରଗରମ ବଢ଼ିବାରେ ଲାଗିଛି। ଯଦି ‘ଜିତିଲେ ମୋଦି’ ତେବେ ‘ହାରିଲେ ବି ମୋଦି’ ନ୍ୟାୟରେ ଭାଜପା ଏବଂ ସହଯୋଗୀ ଦଳଗୁଡ଼ିକର ନେତାମାନେ ସ୍ବର ଉତ୍ତୋଳନ କରୁଛନ୍ତି। ବିଶେଷକରି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ‘ସରକାରଠାରୁ ସଙ୍ଗଠନ ବଡ଼’ ମନ୍ତବ୍ୟ ୟୁପିର ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଅଡ଼ୁଆରେ ପକାଇଛି। ଭିତିରି ସୂତ୍ରରୁ ପ୍ରକାଶ ଯେ, କେଶବ ମୌର୍ଯ୍ୟ ସମାଜବାଦୀ ପାର୍ଟି ପଲା ଭାରି ଥିବା ଦେଖି ଅଖିଳେଶ ଯାଦବଙ୍କ ଯୋଗସୂତ୍ରରେ ରହିଛନ୍ତି। ଏଥିପାଇଁ ଭାଜପା ଭିତରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ତାଙ୍କ ବାର୍ଗେନିଂ କାପାସିଟି ବା ମୂଲଚାଲ ଦକ୍ଷତା ବଢ଼ିଯାଇଛି। ପାଓ୍ବାର କରିଡରରେ ଏବେ ଗୋଟିଏ ଚର୍ଚ୍ଚା, ୟୁପିରେ କିଛି ଗୋଟିଏ ହେବାକୁ ଯାଉଛି। ତେବେ କେବଳ ୟୁପି ନୁହେଁ, ଇଣ୍ଡିଆ ମେଣ୍ଟ ମଜଭୁତ ହୋଇଥିବା ପ୍ରାୟ ସବୁ ରାଜ୍ୟରେ ଦଳୀୟ ନେତୃତ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri