Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ଲାଗିପାରେ ବଡ ଝଟ୍‌କା, ଇସ୍ତଫା ଦେବେ ମନ୍ତ୍ରୀ!

ଲକ୍ଷ୍ନୌ,୧୯।୭: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ସରକାରକୁ ଏକ ବଡ଼ ଝଟକା ଲାଗିପାରେ ପାରେ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୟୁପିରେ ଅଧିକାରୀଙ୍କ ଅବାଧ୍ୟତା ପ୍ରସଙ୍ଗରେ ବିବାଦ ବୃଦ୍ଧି ପାଇଛି। ୟୁପି ସରକାରରେ ରାଜ୍ୟ ମନ୍ତ୍ରୀ ସୋନମ କିନ୍ନର ଇସ୍ତଫା ଦେଇପାରନ୍ତି। ସେ ଅଧିକାରୀଙ୍କ ଅବାଧରେ ଅସନ୍ତୁଷ୍ଟ ଅଛନ୍ତି। ସେ ଖୁବ୍‌ଶୀଘ୍ର ରାଜ୍ୟପାଳଙ୍କୁ ଭେଟିପାରନ୍ତି।
ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଅପେକ୍ଷାକୃତ ଦୁର୍ବଳ ପ୍ରଦର୍ଶନ ପରେ ଉତ୍ତର ପ୍ରଦେଶରେ ପୁଣି ହେବାକୁ ଯାଉଛି ଉପନିର୍ବାଚନ। ୧୦ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିଲେ ବି ଏହାକୁ ନେଇ ଉଭୟ ରାଜ୍ୟ ଓ କେନ୍ଦ୍ରୀୟ ସ୍ତରରେ ରାଜନୈତିକ ସରଗରମ ବଢ଼ିବାରେ ଲାଗିଛି। ଯଦି ‘ଜିତିଲେ ମୋଦି’ ତେବେ ‘ହାରିଲେ ବି ମୋଦି’ ନ୍ୟାୟରେ ଭାଜପା ଏବଂ ସହଯୋଗୀ ଦଳଗୁଡ଼ିକର ନେତାମାନେ ସ୍ବର ଉତ୍ତୋଳନ କରୁଛନ୍ତି। ବିଶେଷକରି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ‘ସରକାରଠାରୁ ସଙ୍ଗଠନ ବଡ଼’ ମନ୍ତବ୍ୟ ୟୁପିର ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଅଡ଼ୁଆରେ ପକାଇଛି। ଭିତିରି ସୂତ୍ରରୁ ପ୍ରକାଶ ଯେ, କେଶବ ମୌର୍ଯ୍ୟ ସମାଜବାଦୀ ପାର୍ଟି ପଲା ଭାରି ଥିବା ଦେଖି ଅଖିଳେଶ ଯାଦବଙ୍କ ଯୋଗସୂତ୍ରରେ ରହିଛନ୍ତି। ଏଥିପାଇଁ ଭାଜପା ଭିତରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ତାଙ୍କ ବାର୍ଗେନିଂ କାପାସିଟି ବା ମୂଲଚାଲ ଦକ୍ଷତା ବଢ଼ିଯାଇଛି। ପାଓ୍ବାର କରିଡରରେ ଏବେ ଗୋଟିଏ ଚର୍ଚ୍ଚା, ୟୁପିରେ କିଛି ଗୋଟିଏ ହେବାକୁ ଯାଉଛି। ତେବେ କେବଳ ୟୁପି ନୁହେଁ, ଇଣ୍ଡିଆ ମେଣ୍ଟ ମଜଭୁତ ହୋଇଥିବା ପ୍ରାୟ ସବୁ ରାଜ୍ୟରେ ଦଳୀୟ ନେତୃତ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri