Posted inଜାତୀୟ

ଯୋଗୀଙ୍କ ସମେତ ୨ଉପମୁଖ୍ୟମନ୍ତ୍ରୀ, ୪୭ମନ୍ତ୍ରୀ ନେବେ ଶପଥ: ୭୦ନେତାଙ୍କ କରାଗଲା ଆରଟିପିସିଆର ଟେଷ୍ଟ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ଶୁକ୍ରବାର ଅପରାହ୍ନ ୪ଟାରେ ଇକାନା ଷ୍ଟାଡିୟମ୍‌ରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଯୋଗୀଙ୍କ ସମେତ ୨ଉପମୁଖ୍ୟମନ୍ତ୍ରୀ ଓ ୪୭ମନ୍ତ୍ରୀ ଶପଥ ନେବେ। ଏଥିସହ ଯୋଗୀଙ୍କ ନୂଆ କ୍ୟାବିନେଟରେ ୭ରୁ ୮ଜଣ ମହିଳା ମନ୍ତ୍ରୀ ମଧ୍ୟ ଶପଥ ନେବେ ବୋଲି ସୂଚନା ରହିଛି। ତେବେ ଯୋଗୀଙ୍କ ଏହି ନୂଆ କ୍ୟାବିନେଟରେ ଅନେକ ନୂଆ ପୁରୁଣା ଚେହେରାକୁ ସ୍ଥାନ ଦିଆଯିବ। ଏହି ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଏବଂ ବିରୋଧୀ ଦଳର ନେତା ସାମିଲ ହେବେ। ବିଶେଷକରି ଏସ୍‌ପି ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବ, ଅଖିଳେଶ ଯାଦବ ଓ ମାୟାବତୀଙ୍କୁ ସମାରୋହରେ ଯୋଗଦେବା ପାଇଁ ଯୋଗୀ ଆଦିତ୍ୟନାଥ ନିଜେ ଫୋନ କରି ନିମନ୍ତ୍ରଣ କରିଛନ୍ତି। ଅନ୍ୟପଟେ ଶପଥ ଗ୍ରହଣରେ ସାମିଲ ହେବାକୁ ଥିବା ନେତା, ବିଧାୟକ ଓ ଏମ୍‌ଏଲ୍‌ସିଙ୍କ କରୋନା ଯାଞ୍ଚ କରାଯାଇଛି। କୁହାଯାଉଛି, ଯେଉଁମାନଙ୍କର ଆରଟିପିସିଆର ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିବ ସେମାନେ ହିଁ ମଞ୍ଚ ଉପରେ ଉପସ୍ଥିତ ରହିବେ। ତେବେ ପ୍ରାୟ ୭୦ଜଣ ନେତାଙ୍କ କରୋନା ଟେଷ୍ଟ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri