Posted inଜାତୀୟ

ଯୋଗୀ କ୍ୟାବିନେଟର ମନ୍ତ୍ରୀଙ୍କ ତାଲିକା ପ୍ରସ୍ତୁତ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶର ଇକାନା ଷ୍ଟାଡିୟମ୍‌ରେ ଶୁକ୍ରବାର ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶପଥ ଗ୍ରହଣ କରିବେ। ତାଙ୍କ ସହିତ ୪୮ଜଣ ମନ୍ତ୍ରୀ ମଧ୍ୟ ଶପଥ ନେବେ। ତେବେ ଯୋଗୀ ସରକାରଙ୍କ ସହ ଶପଥ ନେବାକୁ ଥିବା ୫୧ଜଣ ମନ୍ତ୍ରୀଙ୍କ ତାଲିକା ଚୂଡାନ୍ତ ହୋଇଛି। ଏହି ନୂଆ କ୍ୟାବିନେଟରେ ମହିଳା ମନ୍ତ୍ରୀ ମଧ୍ୟ ସାମିଲ ଅଛନ୍ତି। ଭାଜପା ହାଇକମାଣ୍ଡ ଏହି ତାଲିକାକୁ ଦିଲ୍ଲୀରୁ ଲକ୍ଷ୍ନୌ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇଛନ୍ତି। ଧୀରେ ଧୀରେ ସମସ୍ତ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ଶୁକ୍ରବାର ଯୋଗୀ ଆଦିତ୍ୟନାଥଙ୍କ ବାସଭବନରେ ନେତା, ବିଧାୟକ ଓ ମନ୍ତ୍ରୀଙ୍କ ସୁଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ କେଶବ ପ୍ରସାଦ ମୌର୍ଯ୍ୟ, ପୂର୍ବତନ ଆଇଏଏସ୍‌ ଅଫିସର ଏକେ ଶର୍ମା, ଜିତିନ ପ୍ରସାଦ, ବ୍ରଜେଶ ପାଠକ, ଗିରିଶ ଯାଦବ, ସତୀଶ ଶର୍ମା, ବେବି ରାନି ମୌର୍ଯ୍ୟ, ଜୟବୀର ସିଂହ, ସଞ୍ଜୀବ ଗୌଡ, ଭୂପେନ୍ଦ୍ର ଚୌଧୁରୀ, ସନ୍ଦିପ ସିଂହ, ନୀତିନ ଅଗ୍ରଓ୍ବାଲ ଓ ଆଶିଷ ପଟେଲ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ସେହିପରି ବଲଦେବ ସିଂହ ଅଲେଖ, ଜେପିଏସ୍‌ ରାଠୋର, ଅନୁପ ପ୍ରଧାନ, ପୂର୍ବତନ ପୋଲିସ କମିଶନର ଓ ଭାଜପା ବିଧାୟକ ଅସୀମ ଅରୁଣ, ସୂର୍ଯ୍ୟ ପ୍ରତାପ ଶାହି, ରାକେଶ ରାଠୋର, ଧର୍ମବୀର ପ୍ରଜାପତି, ସ୍ବତନ୍ତ୍ରଦେବ ସିଂହ, ବିଜୟ ଲକ୍ଷ୍ମୀ ଗୌତମ ଓ ପ୍ରମିଳା ପାଣ୍ଡେ ଯୋଗୀଙ୍କ ବାସଭବନରେ ପହଞ୍ଚିଛି। ସେହିଭଳି ସୁରେଶ ଖନ୍ନା, ସତୀଶ ମହାନା, ଶ୍ରକାନ୍ତ ଶର୍ମା, ଲକ୍ଷ୍ମୀନାରାୟଣ ଚୌଧୁରୀ, ଡ. ମହେନ୍ଦ୍ର ସିଂହ, ଦିନେଶ ଶର୍ମା, ସଞ୍ଜୟ ନିଷାଦ, ସିଦ୍ଧାର୍ଥନାଥ ସିଂହ ଓ ନନ୍ଦଗୋପାଳ ନନ୍ଦୀ ମଧ୍ୟ ଯୋଗୀଙ୍କୁ ଭେଟିଛନ୍ତି। ତେବେ ଯେଉଁ ନେତା ଓ ବିଧାୟକ ମନ୍ତ୍ରୀ ହେବେ ସେମାନଙ୍କୁ ହିଁ ଯୋଗୀଙ୍କ ବାସଭବନକୁ ଡକାଯାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri