Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଣ୍ଡ ନୁଆଁଇ ପ୍ରଣାମ କଲେ ନୀତୀଶ

ଲକ୍ଷ୍ନୌ,୨୬ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି । ଏହି ଶପଥ ଗ୍ରହଣ ସମାରୋହ ଐତିହାସିକ ହୋଇଥିବା ବେଳେ ଏଥିରେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବଲିଉଡ ଜଗତର କଳାକର, ସାଧୁସନ୍ଥ, ବିରୋଧି ଦଳ ନେତା ଓ ଭାରତୀୟ ଜନତା ପାର୍ଟି(ଭାଜପା)ର ବହୁ କର୍ମୀ ଯୋଗ ଦେଇଥିଲେ । ଏହି ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବି ସେଠାରେ ପହଞ୍ଚିଥିଲେ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଞ୍ଚ ଉପରେ ପହଞ୍ଚିବା ପରେ ନୀତୀଶ ପହଞ୍ଚିଥିଲେ । ଆଉ ମଞ୍ଚରେ ମାଦିଙ୍କୁ ଦେଖି ନୀତୀଶ ତାଙ୍କୁ ମୁଣ୍ଡ ନୁଆଁଇ ପ୍ରଣାମ ଜଣାଇଥିଲେ । ଏହି ସମୟର କିଛି ଫଟୋ ଏବେ ଆରଜେଡି ଭାଇରାଲ କରିବା ସହ ଏମିତି ଏକ ପରିସ୍ଥିତିରୁ ମଜା ନେଉଛି । ଆରଜେଡି ନୀତୀଶଙ୍କ ମୁଣ୍ଡ ନୁଆଇଁବା ଫଟୋ ସୋସିଆଲ ମିଡିଆରେ ଶେୟାର କରି କମେଣ୍ଟ କରିଛି । କେବଳ ସତିକି ନୁହେଁ ୨୦୧୩ରେ ନୀତୀଶ କୁମାର କହିଥିଲେ ମରିବି ପଛେ ଭାଜପା ସହ କେବେ ହାତ ମିଳାଇବି ନାହିଁ ଏହାର ଭିଡିଓ ବି ଫଟୋ ସହ ସୋସିଆଲ ମିଡିଆରେ ଶେୟାର କରାଯାଇଛି । ଏହାସହ ଆରଜେଡି ଲେଖିଛି ଆଗକୁ ଯଦି ନୀତୀଶ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରନ୍ତି ତେବେ କେହି ଆଶ୍ଚର୍ଯ୍ୟ ହେବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri