Posted inଜାତୀୟ

ଯୋଗୀଙ୍କ ସମେତ ୨ଉପମୁଖ୍ୟମନ୍ତ୍ରୀ, ୪୭ମନ୍ତ୍ରୀ ନେବେ ଶପଥ: ୭୦ନେତାଙ୍କ କରାଗଲା ଆରଟିପିସିଆର ଟେଷ୍ଟ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ଶୁକ୍ରବାର ଅପରାହ୍ନ ୪ଟାରେ ଇକାନା ଷ୍ଟାଡିୟମ୍‌ରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଯୋଗୀଙ୍କ ସମେତ ୨ଉପମୁଖ୍ୟମନ୍ତ୍ରୀ ଓ ୪୭ମନ୍ତ୍ରୀ ଶପଥ ନେବେ। ଏଥିସହ ଯୋଗୀଙ୍କ ନୂଆ କ୍ୟାବିନେଟରେ ୭ରୁ ୮ଜଣ ମହିଳା ମନ୍ତ୍ରୀ ମଧ୍ୟ ଶପଥ ନେବେ ବୋଲି ସୂଚନା ରହିଛି। ତେବେ ଯୋଗୀଙ୍କ ଏହି ନୂଆ କ୍ୟାବିନେଟରେ ଅନେକ ନୂଆ ପୁରୁଣା ଚେହେରାକୁ ସ୍ଥାନ ଦିଆଯିବ। ଏହି ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଏବଂ ବିରୋଧୀ ଦଳର ନେତା ସାମିଲ ହେବେ। ବିଶେଷକରି ଏସ୍‌ପି ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବ, ଅଖିଳେଶ ଯାଦବ ଓ ମାୟାବତୀଙ୍କୁ ସମାରୋହରେ ଯୋଗଦେବା ପାଇଁ ଯୋଗୀ ଆଦିତ୍ୟନାଥ ନିଜେ ଫୋନ କରି ନିମନ୍ତ୍ରଣ କରିଛନ୍ତି। ଅନ୍ୟପଟେ ଶପଥ ଗ୍ରହଣରେ ସାମିଲ ହେବାକୁ ଥିବା ନେତା, ବିଧାୟକ ଓ ଏମ୍‌ଏଲ୍‌ସିଙ୍କ କରୋନା ଯାଞ୍ଚ କରାଯାଇଛି। କୁହାଯାଉଛି, ଯେଉଁମାନଙ୍କର ଆରଟିପିସିଆର ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିବ ସେମାନେ ହିଁ ମଞ୍ଚ ଉପରେ ଉପସ୍ଥିତ ରହିବେ। ତେବେ ପ୍ରାୟ ୭୦ଜଣ ନେତାଙ୍କ କରୋନା ଟେଷ୍ଟ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?