Posted inଜାତୀୟ

କମିଶନ ଟଙ୍କା ନ ଦେବାରୁ ବୁଲ୍‌ଡୋଜର ଲଗାଇ ରାସ୍ତା ଖୋଳିଦେଲେ

ଶାହାଜାହାନପୁର,୫ା୧୦: ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତାକାମ ଠିକା ନେଇଥିବା କମ୍ପାନୀ କମିଶନ ନେ ଦେବାରୁ ସ୍ଥାନୀୟ ଭାଜପା ବିଧାୟକଙ୍କ ପ୍ରତିନିଧି ବୁଲ୍‌ଡୋଜର ଲଗାଇ ନିର୍ମାଣାଧୀନ ରାସ୍ତାର ଅଧା କିଲୋମିଟର ଖୋଳିଦେଇଛନ୍ତି। ଅନ୍ୟପକ୍ଷେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାସ୍ତା ଖୋଳିଥିବା ଲୋକଙ୍କଠାରୁ କ୍ଷତିପୂରଣ ଆଦାୟ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣେ ଅଧିକାରୀ ପ୍ରକାଶ କରିଛନ୍ତି।

ପୂର୍ତ୍ତ ବିଭାଗ ଅଧୀନରେ ଶାହାଜାହାପୁରରୁ ବୁଦାଉନ୍‌କୁ ରାସ୍ତା ନିର୍ମାଣ ହୋଇଥିଲା। ଠିକା କମ୍ପାନୀର ମ୍ୟାନେଜର ରମେଶ ସିଂଙ୍କ ଅଭିଯୋଗ କ୍ରମେ ୧୫-୨୦ ଜଣଙ୍କ ନାମରେ ଏତଲା ଦାଏର ହୋଇଛି। ଅଭିଯୁକ୍ତଙ୍କ ମଧ୍ୟରେ କଟ୍ରା ଭାଜପା ବିଧାୟକ ବୀରବିକ୍ରମ ସିଂଙ୍କ ପ୍ରତିନିଧି ଜଗବୀର ସିଂ ନାଁ ମଧ୍ୟ ରହିଛି। ରାସ୍ତା ନିର୍ମାଣ ପାଇଁ ଜଗବୀର ସମ୍ପୃକ୍ତ ଠିକା କମ୍ପାନୀଠାରୁ ୫ ପ୍ରତିଶତ କମିଶନ ଦାବି କରିଥିଲେ। କମିଶନ ନ ମିଳିବାରୁ ଜଗବୀର ଗତ ୨ ତାରିଖରେ ବୁଲ୍‌ଡୋଜର ଲଗାଇ ରାସ୍ତା ଖୋଳି ଦେଇଥିଲେ। ଏହି ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri