Posted inଜାତୀୟ

ପୈତୃକ ଗ୍ରାମରେ ପହଞ୍ଚିଲା ମୁଲାୟମଙ୍କ ପାର୍ଥିବ ଶରୀର: ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବଙ୍କ ସୋମବାର ସକାଳେ ପରଲୋକ ଘଟିଛି। ଅପରାହ୍ନରେ ତାଙ୍କର ପାର୍ଥିବ ଶରୀର ପୈତୃକ ଗ୍ରାମ ଉତ୍ତରପ୍ରଦେଶର ସୈଫଇରେ ପହଞ୍ଚିଛି।  ଅନ୍ତିମ ଦର୍ଶନ ପାଇଁ ତାଙ୍କ ବାସଭବନରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଛି। ସୈଫଇ ସହିତ ମୈନପୁରୀ, ଇଟାଓ୍ବାରୁ ସମର୍ଥକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚି ତାଙ୍କର ଅନ୍ତିମ ଦର୍ଶନ କରିଛନ୍ତି। ଇତିମଧ୍ୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ  ସୈଫଇରେ ପହଞ୍ଚି ମୁଲାୟମଙ୍କୁ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଅନ୍ୟପଟେ ଆଜମ ଖାଁ ଓ ତାଙ୍କ ପୁଅ ଅବଦୁଲ୍ଲା ଆଜମ ରାମପୁରରୁ ସୈଫଇ ଗସ୍ତ କରିଛନ୍ତି। ଆଜମ ଓ ମୁଲାୟମଙ୍କ ସମ୍ପର୍କ ଘନିଷ୍ଠ ରହିଥିବା ବେଳେ ସେ ମୁଲାୟମଙ୍କ ନାମ ନେତାଜୀ ବୋଲି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri