Posted inଜାତୀୟ

ଶିକ୍ଷକଙ୍କ ଡିଜିଟାଲ ଆଟେଣ୍ଡାନ୍ସକୁ ନେଇ ବଡ଼ ଖବର, କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ, ୧୬।୦୭: ଶିକ୍ଷକମାନଙ୍କ ଉପସ୍ଥାନକୁ ନେଇ ସରକାର ଦେଇଥିବା ଆଦେଶ ଉପରେ ଏବେ ସ୍ଥଗିତାଦେଶ ଲାଗିଛି । ଉତ୍ତର ପ୍ରଦେଶ ସରକାର ତାଙ୍କ ଆଦେଶରେ ରୋକ ଲଗାଇଛନ୍ତି । ବର୍ତ୍ତମାନ ଏକ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ଦ୍ଦେଶ ଦେଇଛନ୍ତି । ଏହି କମିଟି ଦୁଇ ମାସ ମଧ୍ୟରେ ଶିକ୍ଷକଙ୍କ ସମସ୍ୟାର ସମାଧାନ ଉପରେ ବିଚାର କରିବେ ।
ମଙ୍ଗଳବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ମନୋଜ କୁମାର ସିଂଙ୍କ ସହ ସାକ୍ଷାତ ପରେ ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଶିକ୍ଷା ବିଭାଗ ପକ୍ଷରୁ ଡିଜିଟାଲ ଉପସ୍ଥାନ ନେଇ ନୋଟିସ୍‌ ଜାରି କରାଯାଇଥିଲା । ଶିକ୍ଷକ ସଂଗଠନ ପକ୍ଷରୁ ଏହାକୁ ନେଇ ଲଗାତାର ବିରୋଧ ପ୍ରଦର୍ଶନ କରାଯାଇଥିଲା । ସରକାରଙ୍କ ପକ୍ଷରୁ ଡିଜିଟାଲ ଉପସ୍ଥାନକୁ ଶୀକ୍ଷଣୀୟ ଗୁଣବତ୍ତା ସହ ଯୋଡ଼ି ଦିଆଯାଇଥିଲା । କିନ୍ତୁ ଏବେ ସରକାର ଏଥିରେ ରୋକ ଲଗାଇଛନ୍ତି । ଦୁଇ ମାସ ପର୍ଯ୍ୟନ୍ତ ଏହି ନିୟମ କାର୍ଯ୍ୟକାରୀ ହେବ ନାହିଁ ବୋଲି ସରକାର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri