Posted inଜାତୀୟ

ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧।୩: ଉତ୍ତରପ୍ରଦେଶର ଦୀର୍ଘତମ ମୁଖ୍ୟମନ୍ତ୍ରୀ ଭାବରେ ଯୋଗୀ ଆଦିତ୍ୟନାଥ ରେକର୍ଡ କରିଛନ୍ତି। ଯୋଗୀ ହେଉଛନ୍ତି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ, ଯିଏ ଲଗାତାର ୫ ବର୍ଷ ଏବଂ ୩୪୭ ଦିନ ମୁଖ୍ୟମନ୍ତ୍ରୀ ପଦରେ ଅଛନ୍ତି। ଯୋଗୀଙ୍କ ପୂର୍ବରୁ କ୍ରମାଗତ ଭାବରେ ଡା ସାମପର୍ନାନନ୍ଦ ୫ ବର୍ଷ ୩୪୫ ଦିନ ମୁଖ୍ୟମନ୍ତ୍ରୀ ଥିଲେ। ଭାଜପା ସରକାରରେ ଲଗାତାର ପାଞ୍ଚ ବର୍ଷ ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ ମଧ୍ୟ ଯୋଗୀଙ୍କ ନାମରେ ପଞ୍ଜିକୃତ ହୋଇଛି। ଯୋଗୀଙ୍କ ନ୍ୟେତ୍ୱରେ ରାଜ୍ୟରେ ଦ୍ୱିତୀୟ ଥର ପାଇଁ କୌଣସି ଦଳ ସରକାର ଗଠନ କରିଛି। ତାଙ୍କ ପୂର୍ବରୁ ନାରାୟଣ ଦତ୍ତ ତିୱାରୀ ଥିଲେ, ଯାହାଙ୍କ ନେତୃତ୍ୱରେ ପୁଣିଥରେ ରାଜ୍ୟରେ କଂଗ୍ରେସ ସରକାର ଗଠନ କରିଥିଲା।
ମାର୍ଚ୍ଚ ୨୫, ୨୦୨୨ରେ ଯୋଗୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେତେବେଳେ ସେ ନାରାୟଣ ଦତ୍ତ ତିୱାରୀଙ୍କ ୩୭ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିଲେ। ଅବିଭକ୍ତ ଉତ୍ତରପ୍ରଦେଶରେ ୧୯୮୫ରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ତିୱାରୀ ଶପଥ ଗ୍ରହଣ କରିଥିଲେ। ଅନ୍ୟପକ୍ଷରେ, ଉତ୍ତରାଖଣ୍ଡ ଗଠନ ପରେ ଯୋଗୀ ହେଉଛନ୍ତି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ, ଯିଏ କ୍ରମାଗତ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ୫ ବର୍ଷ ଏବଂ ଚାରି ଦିନ ଧରି ୟୁପିର ମୁଖ୍ୟମନ୍ତ୍ରୀ ରହିଛନ୍ତି। ବିଏସପି ସୁପ୍ରିମୋ ମାୟାବତୀ ଚାରି ବର୍ଷ ୩୦୭ ଦିନ ପାଇଁ ୟୁପି ମୁଖ୍ୟମନ୍ତ୍ରୀ ରହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମୁଲାୟମ ସିଂ ଯାଦବ ମଧ୍ୟ ତିନି ବର୍ଷ ୨୫୭ ଦିନ ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri