Posted inଜାତୀୟ

ଯୋଗୀଙ୍କ ଶପଥ ଗ୍ରହଣ ପୂର୍ବରୁ ହେବ ପୂଜାର୍ଚ୍ଚନା, ଯୋଗ ଦେବେ ମୋଦି

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ନେବାକୁ ଯାଉଛନ୍ତି । ସନ୍ଧ୍ୟା ୪ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ପୂଜାର୍ଚ୍ଚନା କରାଯିବ । ସାରା ଦେଶରେ ବିଭିନ୍ନ ମନ୍ଦିରରେ ସକାଳ ୯ଟା ପର୍ଯ୍ୟନ୍ତ ପୂଜାର୍ଚ୍ଚନା କରାଯିବ । ଲୋକ କଲ୍ୟାଣ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀ ପ୍ରାୟ ୨୭ ହଜାରରୁ ଅଧିକ ଶକ୍ତିପୀଠରେ ପୂଜା କରିବାର ବ୍ୟବସ୍ଥା କରାଯାଇଛି ।
ଉତ୍ତର ପ୍ରଦେଶ ଇତିହାସରେ ଏହା ପ୍ରଥମଥର ହେବାକୁ ଯାଉଛି କି ଦୀର୍ଘ ୩ ଦଶକରୁ ଅଧିକ ସମୟ ପରେ କେହି ମୁଖ୍ୟମନ୍ତ୍ରୀ ଲଗାତାର ଦ୍ୱିତୀୟ ଥର ଲାଗି କାର୍ଯ୍ୟଭାର ସମ୍ଭାଳିବାକୁ ଯାଉଛନ୍ତି । ତେବେ ଭାରତୀୟ ଜନତା ପାର୍ଟି(ଭାଜପା)ର ଐତିହାସିକ ବିଜୟ ପରେ ପୁଣିଥରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି । କେବଳ ସେତିକି ନୁହେଁ ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବ ବି ଐତିହାସିକ ହେବାକୁ ଯାଉଛି । ଶପଥ ଗ୍ରହଣ ସମାରୋହ ପାଇଁ କେବଳ ଅଟଳ ବିହାରୀ ଅନ୍ତରାଷ୍ଟ୍ରୀୟ କ୍ରିକେଟ ଷ୍ଟାଡିୟମ ନୁହେଁ ବରଂ ବିମାନ ବନ୍ଦରଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ଲକ୍ଷ୍ନୌ ସହରକୁ ସଜାଇ ଦିଆଯାଇଛି ।
ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଉଥିବା ଅତିଥିଙ୍କ ଲିଷ୍ଟ ଖୁବ୍ ଲମ୍ବା ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ଏଥିରେ ଯୋଗ ଦେବେ । ଏହାସହ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ କେନ୍ଦ୍ର ମନ୍ତ୍ରୀ ବି ଯୋଗଦେବେ । କେବଳ ସେତିକି ନୁହେଁ ବିରୋଧି ଦଳର ନେତାଙ୍କୁ ବି ଏହି ସମାରୋହରେ ଯୋଗ ଦେବାକୁ ନିମନ୍ତ୍ରଣ ଦିଆଯାଇଛି ।
ଏତିକିରେ ସରିନି ଅିଥିଙ୍କ ତାଲିକା । ବଲିଉଡ ଜଗତରୁ କେତେଜଣ ନାମିଦାମୀ ବ୍ୟକ୍ତି ବିଶେଷ ବି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିରେ ମୁଭି ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ, ଅଭିନେତ୍ରୀ ପଲ୍ଲବି ଯୋଶୀଙ୍କୁ ବି ନିମନ୍ତ୍ରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri