ଯୋଗୀ ଆଦିତ୍ୟନାଥଙ୍କ ବଡ଼ ରେକର୍ଡ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି। ଫଳରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣିଥରେ ସରକାର ଗଠନ କରୁଥିବା ଟ୍ରେଣ୍ଡ କହୁଛି। ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ସହିତ ଯୋଗୀ ଆଦିତ୍ୟନାଥ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ତାଙ୍କ ନାମରେ ଅନେକ ରେକର୍ଡ ଲିପିବଦ୍ଧ ହେବାକୁ ଯାଉଛି।
ଉତ୍ତରପ୍ରଦେଶରେ ପୁଣି ସରକାର ଗଠନ ହେବା ସହିତ ଯୋଗୀ ଆଦିତ୍ୟନାଥ ପ୍ରଥମ ଏଭଳି ମୁଖ୍ୟମନ୍ତ୍ରୀ ହେବେ, ଯିଏକି ୫ ବର୍ଷ କାର୍ଯ୍ୟକାଳ ପୂରଣ କରିବା ପରେ ପୁନର୍ବାର କ୍ଷମତାକୁ ଆସିବେ। ଉତ୍ତରପ୍ରଦେଶ ଇତିହାସରେ ଏପର୍ଯ୍ୟନ୍ତ ଏହା ଘଟିନାହିଁ । ଏହାପୂର୍ବରୁ, ଅନେକ ମୁଖ୍ୟମନ୍ତ୍ରୀ ପୁନର୍ବାର ୟୁପିରେ କ୍ଷମତାକୁ ଆସିଛନ୍ତି, କିନ୍ତୁ ତାଙ୍କ ମଧ୍ୟରୁ କେହି ମଧ୍ୟ ପ୍ରଥମ ୫ ବର୍ଷ କାର୍ଯ୍ୟକାଳ ପୂରଣ କରିନାହାଁନ୍ତି। ଏଥିମଧ୍ୟରେ ସମ୍ପୁର୍ନାନନ୍ଦ, ଚନ୍ଦ୍ର ଭାନୁ ଗୁପ୍ତା ଏବଂ ହେମବତୀ ନନ୍ଦନ ବହୁଗୁଣାଙ୍କ ନାମ ସାମିଲ ଅଛି।
ଯୋଗୀ ଆଦିତ୍ୟନାଥ ୨୦୧୭ରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ସେ ତାଙ୍କର ପାଞ୍ଚ ବର୍ଷ କାର୍ଯ୍ୟ ସମାପ୍ତ କରିଛନ୍ତି। ଯୋଗୀ ଆଦିତ୍ୟନାଥ ତାଙ୍କ ଦଳକୁ କ୍ରମାଗତ ଦ୍ୱିତୀୟ ଥର କ୍ଷମତା ପ୍ରଦାନ କରିବାକୁ ଯାଉଛନ୍ତି ଏବଂ ଉତ୍ତରପ୍ରଦେଶ ଇତିହାସରେ ସେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ୫ ବର୍ଷ ପୂରଣ କରିବା ପରେ କ୍ଷମତାକୁ ଫେରିବେ।
ଯୋଗୀ ଆଦିତ୍ୟନାଥ ପ୍ରଥମ ଥର ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ ଗୋରଖପୁରରୁ ଲଢୁଛନ୍ତି। ପ୍ରଥମ ଥର ହେବ ଜଣେ ବିଧାୟକ ହେବା ପରେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାପୂର୍ବରୁ ୨୦୦୩ରେ ମୁଲାୟମ ସିଂ ଯାଦବ ବିଧାୟକ ହେବା ପରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ପରେ ମାୟାବତୀ, ଅଖିଳେଶ ଯାଦବ ଏବଂ ଯୋଗୀ ଆଦିତ୍ୟନାଥ ନିଜେ ବିଧାନ ପରିଷଦ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଚେୟାରରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri