Posted inଜାତୀୟ

ଅନେକ ରେକର୍ଡ ଭାଙ୍ଗିଲେ ଯୋଗୀ

ଲକ୍ଷ୍ନୌ,୧୧ା୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି। ଗୋରଖପୁର ସହରାଞ୍ଚଳ ଆସନରୁ ବିଜୟୀ ହୋଇଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତାଙ୍କ ଦଳ ନିର୍ବାଚନରେ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି।

ଉତ୍ତରପ୍ରଦେଶରେ ୫ ବର୍ଷ କାର୍ଯ୍ୟକାଳ ପୂରଣ କରି କ୍ରମାଗତ ଦ୍ୱିତୀୟ ଥର କ୍ଷମତାକୁ ଆସିବାରେ ଯୋଗୀ ଆଦିତ୍ୟନାଥ ରେକର୍ଡ କରିଛନ୍ତି। ୧୯୫୨ ମେ’ ୨୦ରେ ଉତ୍ତରପ୍ରଦେଶ ବିଧାନସଭା ଗଠନ ହୋଇଥିଲା। ୭୦ ବର୍ଷ ମଧ୍ୟରେ ରାଜ୍ୟ ୨୧ ମୁଖ୍ୟମନ୍ତ୍ରୀ ଦେଖିଛି। ତେବେ ଯୋଗୀ ପ୍ରଥମ ମୁଖ୍ୟମନ୍ତ୍ରୀ ଯିଏ କ୍ଷମତାରେ ୫ ବର୍ଷ ସମ୍ପୂର୍ଣ୍ଣ କରିବା ପରେ କ୍ରମାଗତ ଦ୍ୱିତୀୟ ଥର କ୍ଷମତାକୁ ଆସି ଇତିହାସ ସୃଷ୍ଟି କରିଛନ୍ତି। ସେହିପରି କ୍ରମାଗତ ବିଜୟୀ ହେବାରେ ଯୋଗୀ ପଞ୍ଚମ ମୁଖ୍ୟମନ୍ତ୍ରୀ। ପୂର୍ବରୁ ୧୯୫୭ରେ ସମ୍ପୂର୍ଣ୍ଣାନନ୍ଦ, ୧୯୬୨ରେ ଚନ୍ଦ୍ରଭାନୁ ଗୁପ୍ତା, ୧୯୭୪ରେ ହେମଓ୍ବତି ନନ୍ଦନ ବହୁଗୁଣା ଏବଂ ୧୯୮୫ରେ ନାରାୟଣ ଦତ୍ତ ତିଓ୍ବାରୀ କ୍ରମାଗତ ଦ୍ୱିତୀୟ ଥର ବିଜୟୀ ହୋଇ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାର ୩୭ ବର୍ଷ ପରେ ଯୋଗୀ କ୍ରମାଗତ ଦ୍ୱିତୀୟ ଥର କ୍ଷମତା ହାସଲ କରିବାକୁ ଯାଉଛନ୍ତି।

ୟୁପିରେ ଭାଜପାର ୪ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଯୋଗୀଙ୍କ ପୂର୍ବରୁ କଲ୍ୟାଣ ସିଂ, ରାମପ୍ରକାଶ ଗୁପ୍ତା ଏବଂ ରାଜନାଥ ସିଂ ମୁଖ୍ୟମନ୍ତ୍ରୀ ଥିଲେ। ତେବେ ସେମାନଙ୍କ ମଧ୍ୟରୁ କେହି ଦ୍ୱିତୀୟ ଥର କ୍ଷମତାକୁ ଆସି ନ ଥିଲେ। ଯୋଗୀ ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଯିଏ ଦ୍ୱିତୀୟ ଥର କ୍ଷମତାକୁ ଆସିଛନ୍ତି। ଦ୍ୱିତୀୟ ଥର ଯୋଗୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ବେଳେ ସେ ୧୫ ବର୍ଷରେ ପ୍ରଥମ ବିଧାୟକ ମୁଖ୍ୟମନ୍ତ୍ରୀ ହେବେ।

ମାୟାବତୀ ୨୦୦୭ରୁ ୨୦୧୨ ମୁଖ୍ୟମନ୍ତ୍ରୀ ଥିବାବେଳେ ବିଧାନ ପରିଷଦ ସଦସ୍ୟ ଥିଲେ। ଅଖିଳେଶ ଯାଦବ ୨୦୧୨ରେ ମୁଖ୍ୟମନ୍ତ୍ରୀ ଥିବା ବେଳେ ବିଧାନ ପରିଷଦ ସଦସ୍ୟ ରହିଥିଲେ। ତେବେ ଯୋଗୀ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ହେବା ବେଳେ ସେ ଲୋକ ସଭା ସଦସ୍ୟ ଥିଲେ ଓ ପରେ ବିଧାନ ପରିଷଦ ସଦସ୍ୟ ହୋଇଥିଲେ। ଉତ୍ତରପ୍ରଦେଶର ୨୧ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ ମାତ୍ର ୩ ଜଣ ପୂରା ୫ ବର୍ଷ କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଯୋଗୀ ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri