Posted inଜାତୀୟ

ଅନେକ ରେକର୍ଡ ଭାଙ୍ଗିଲେ ଯୋଗୀ

ଲକ୍ଷ୍ନୌ,୧୧ା୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି। ଗୋରଖପୁର ସହରାଞ୍ଚଳ ଆସନରୁ ବିଜୟୀ ହୋଇଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତାଙ୍କ ଦଳ ନିର୍ବାଚନରେ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି।

ଉତ୍ତରପ୍ରଦେଶରେ ୫ ବର୍ଷ କାର୍ଯ୍ୟକାଳ ପୂରଣ କରି କ୍ରମାଗତ ଦ୍ୱିତୀୟ ଥର କ୍ଷମତାକୁ ଆସିବାରେ ଯୋଗୀ ଆଦିତ୍ୟନାଥ ରେକର୍ଡ କରିଛନ୍ତି। ୧୯୫୨ ମେ’ ୨୦ରେ ଉତ୍ତରପ୍ରଦେଶ ବିଧାନସଭା ଗଠନ ହୋଇଥିଲା। ୭୦ ବର୍ଷ ମଧ୍ୟରେ ରାଜ୍ୟ ୨୧ ମୁଖ୍ୟମନ୍ତ୍ରୀ ଦେଖିଛି। ତେବେ ଯୋଗୀ ପ୍ରଥମ ମୁଖ୍ୟମନ୍ତ୍ରୀ ଯିଏ କ୍ଷମତାରେ ୫ ବର୍ଷ ସମ୍ପୂର୍ଣ୍ଣ କରିବା ପରେ କ୍ରମାଗତ ଦ୍ୱିତୀୟ ଥର କ୍ଷମତାକୁ ଆସି ଇତିହାସ ସୃଷ୍ଟି କରିଛନ୍ତି। ସେହିପରି କ୍ରମାଗତ ବିଜୟୀ ହେବାରେ ଯୋଗୀ ପଞ୍ଚମ ମୁଖ୍ୟମନ୍ତ୍ରୀ। ପୂର୍ବରୁ ୧୯୫୭ରେ ସମ୍ପୂର୍ଣ୍ଣାନନ୍ଦ, ୧୯୬୨ରେ ଚନ୍ଦ୍ରଭାନୁ ଗୁପ୍ତା, ୧୯୭୪ରେ ହେମଓ୍ବତି ନନ୍ଦନ ବହୁଗୁଣା ଏବଂ ୧୯୮୫ରେ ନାରାୟଣ ଦତ୍ତ ତିଓ୍ବାରୀ କ୍ରମାଗତ ଦ୍ୱିତୀୟ ଥର ବିଜୟୀ ହୋଇ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାର ୩୭ ବର୍ଷ ପରେ ଯୋଗୀ କ୍ରମାଗତ ଦ୍ୱିତୀୟ ଥର କ୍ଷମତା ହାସଲ କରିବାକୁ ଯାଉଛନ୍ତି।

ୟୁପିରେ ଭାଜପାର ୪ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଯୋଗୀଙ୍କ ପୂର୍ବରୁ କଲ୍ୟାଣ ସିଂ, ରାମପ୍ରକାଶ ଗୁପ୍ତା ଏବଂ ରାଜନାଥ ସିଂ ମୁଖ୍ୟମନ୍ତ୍ରୀ ଥିଲେ। ତେବେ ସେମାନଙ୍କ ମଧ୍ୟରୁ କେହି ଦ୍ୱିତୀୟ ଥର କ୍ଷମତାକୁ ଆସି ନ ଥିଲେ। ଯୋଗୀ ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଯିଏ ଦ୍ୱିତୀୟ ଥର କ୍ଷମତାକୁ ଆସିଛନ୍ତି। ଦ୍ୱିତୀୟ ଥର ଯୋଗୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ବେଳେ ସେ ୧୫ ବର୍ଷରେ ପ୍ରଥମ ବିଧାୟକ ମୁଖ୍ୟମନ୍ତ୍ରୀ ହେବେ।

ମାୟାବତୀ ୨୦୦୭ରୁ ୨୦୧୨ ମୁଖ୍ୟମନ୍ତ୍ରୀ ଥିବାବେଳେ ବିଧାନ ପରିଷଦ ସଦସ୍ୟ ଥିଲେ। ଅଖିଳେଶ ଯାଦବ ୨୦୧୨ରେ ମୁଖ୍ୟମନ୍ତ୍ରୀ ଥିବା ବେଳେ ବିଧାନ ପରିଷଦ ସଦସ୍ୟ ରହିଥିଲେ। ତେବେ ଯୋଗୀ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ହେବା ବେଳେ ସେ ଲୋକ ସଭା ସଦସ୍ୟ ଥିଲେ ଓ ପରେ ବିଧାନ ପରିଷଦ ସଦସ୍ୟ ହୋଇଥିଲେ। ଉତ୍ତରପ୍ରଦେଶର ୨୧ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ ମାତ୍ର ୩ ଜଣ ପୂରା ୫ ବର୍ଷ କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଯୋଗୀ ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri