୪୦୦ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ଲୋକାର୍ପଣ କଲେ ଯୋଗୀ ସରକାର

ନଏଡା,୮।୮: ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପାଇଁ ହୋଇଥିବା ଭୂମିପୂଜନରେ ସାମିଲ ହୋଇ ଫେରିବା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ମହାମାରୀ କରୋନା ଯୁଦ୍ଧରେ ସାମିଲ ହୋଇଛନ୍ତି। ଅଯୋଧ୍ୟାରୁ ଫେରିବା ପରେ ଯୋଗୀ ସହରର କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ଶନିବାର ଯୋଗୀ ଆଦିତ୍ୟନାଥ ନଏଡା ସେକ୍ଟର-୩୯ ସ୍ଥିତ ୪୦୦ଶଯ୍ୟା ବିଶିଷ୍ଟ ଏକ ଅତ୍ୟାଧୁନିକ କୋଭିଡ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ପ୍ରଥମେ ୨୫୦ ଶଯ୍ୟା ସହ ହସ୍ପିଟାଲ ଆରମ୍ଭ କରାଯାଇଥିବା ବେଳେ ଏହାକୁ ଧୀରେ ଧୀରେ ୪୦୦ଶଯ୍ୟା ବୃଦ୍ଧି କରାଯିବ। ଏଥିରେ ଡାଏଲେସିସ ୟୁନିଟ୍‌ ଓ ଲ୍ୟାବ ମଧ୍ୟ ରହିବ। ଏହି ସମୟରେ ଏମ୍‌ପି ଡା. ମହେଶ ଶର୍ମା, ବିଧାୟକ ପଙ୍କଜ ସିଂହ, ଭାଜନା ମହାନଗର ଅଧ୍ୟକ୍ଷ ଓ ଜିଲାପାଳ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?