Posted inଜାତୀୟ

ଯୋଗୀ ସରକାରଙ୍କ ଯୋଜନା, ୨ ବର୍ଷରେ ୫୦ ମାଫିଆ-୧୨୦୦ କୋଟି ସମ୍ପତି ଜବତ ଲକ୍ଷ୍ୟ…

ଲକ୍ଷ୍ନୌ, ୨୫।୪ : ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଅପରାଧୀଙ୍କ ବିରୋଧରେ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଯାଉଛନ୍ତି। ଆସନ୍ତା ଦୁଇ ବର୍ଷ ମଧ୍ୟରେ ରାଜ୍ୟର ୫୦ ବଡ ମାଫିଆଙ୍କୁ ସମ୍ପୂର୍ଣ୍ଣ ଭାବେ ଦମନ କରିବାକୁ ଏକ ଯୋଜନା ପ୍ରସ୍ତୁତ କରାଯାଇଛି। ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଉପସ୍ଥାପନ କରାଯାଇଥିବା ଯୋଜନା ଅନୁଯାୟୀ ଆସନ୍ତା ଦୁଇ ବର୍ଷ ମଧ୍ୟରେ ମାଫିଆଙ୍କର ୧୨୦୦ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରାଯିବ। ପରବର୍ତ୍ତୀ ଲୋକ ସଭା ନିର୍ବାଚନ ପୂର୍ବରୁ ସରକାର ଅପରାଧ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ନିଜର ଭାବମୂର୍ତ୍ତିକୁ ନିର୍ମଳ କରିବାକୁ ଚାହୁଁଛନ୍ତି ବୋଲି କୁହାଯାଉଛି।

ସୂଚନାନୁସାରେ, ଯୋଗୀଙ୍କୁ ପୋଲିସ ଦେଇଥିବା ଉପସ୍ଥାପନାରେ କୁହାଯାଇଛି ଯେ୧୦୦ ଦିନ ମଧ୍ୟରେ ୨୫ ମାଫିଆଙ୍କ ବଦଳରେ ୫୦ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନର ସମୀକ୍ଷା କରାଯିବ ଏବଂ କୋର୍ଟରେ ବିଚାରାଧୀନ ମାମଲାକୁ ତ୍ୱରାନ୍ବିତ କରାଯାଇ ଦୋଷ ସାବ୍ୟସ୍ତ ପ୍ରମାଣିତ ହେବ।

ଆଗାମୀ ୧୦୦ ଦିନ ମଧ୍ୟରେ ଖଣି, ମଦ, ପ୍ରାଣୀ, ଜଙ୍ଗଲ, ଜମି ମାଫିଆ ଚିହ୍ନଟ କରି ଗ୍ୟାଙ୍ଗଷ୍ଟର ଆକ୍ଟର ଧାରା ୧୪ (୧) ଅନୁଯାୟୀ ୫୦୦ କୋଟି ଟଙ୍କା ଜବତ କରିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ୧୦ ଜଣ ବଡ଼ ଅପରାଧୀଙ୍କୁ ଚିହ୍ନଟ କରାଯିବା ସହିତ ରାଜ୍ୟର ପ୍ରାୟ ୧୫,୦୦୦ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆସନ୍ତା ଛଅ ମାସ ମଧ୍ୟରେ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ୮୦୦ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିବାକୁ ରାଜ୍ୟ ପୋଲିସ ଲକ୍ଷ୍ୟ ଧାର୍ଯ୍ୟ କରିଛି। ବଜାର ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରେ ସାରେ ସମସ୍ତ ଜିଲାରେ ପୋଲିସ ପକ୍ଷରୁ ଚାଲି ଚାଲି ପାଟ୍ରୋଲିଂକୁ ବୃଦ୍ଧି କରାଯିବ। ରାଜ୍ୟର ୧୦ ଟି ଜିଲାରେ ହାଇ-ଟେକ ଲ ଆଣ୍ଡ ଅର୍ଡର କ୍ୟୁଆରଟି ଟିମ୍‌ ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri