Posted inଜାତୀୟ

ଯୋଗୀ ଜାରି କଲେ ଜନ ସଂଖ୍ୟା ୨୦୨୧-୩୦ ନୀତି…

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ରାଜ୍ୟରେ ଜନ ସଂଖ୍ୟା ୨୦୨୧-୩୦ ନୀତି ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସ ଭବନରେ ଆୟୋଜିତ ଏକ ଉତ୍ସବରେ ଏହା ଜାରି ହୋଇଛି। ପ୍ରତି ସ୍କୁଲରେ ହେଲଥ୍‌ କ୍ଲବ୍‌ ସ୍ଥାପନା କରାଯିବା ଲାଗି ଏଥିରେ ଉଲ୍ଲେଖ କରାଯାଇଛି। ରାଜ୍ୟରେ ଜନସଂଖ୍ୟା ନିୟନ୍ତ୍ରଣ କରିବା ଲାଗି ପ୍ରଥମେ ଲୋକଙ୍କୁ ସାକ୍ଷର କରିଥିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ରାଜ୍ୟର ବିକାଶରେ ଜନସଂଖ୍ୟା ବାଧକ ହୋଇଥିବା ଯୋଗୀ କହିଛନ୍ତି। ଏନେଇ ସଚେତନା ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାକୁ ବିରୋଧ କରି ଏସ୍‌ବିଏସ୍‌ପି ପକ୍ଷରୁ ଓମ୍‌ ପ୍ରକାଶ ରାଜଭର କହିଛନ୍ତି ଯେ, ଯୋଗୀ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପଥ ଅନୁସରଣ କରୁଛନ୍ତି। ଏହି ନୀତି ଅଣାଯିବା ପୂର୍ବରୁ ଳୋକଙ୍କୁ ଶିକ୍ଷିତ କରାଯିବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ସନ୍ତାନ ପ୍ରସବ କଲେ ୬ ହଜାର ଟଙ୍କା ଦେଉଛନ୍ତି। ଅପରପକ୍ଷରେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କଲେ ୨ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଛି। ଏପରିସ୍ଥଳେ ରାଜ୍ୟବାସୀ ଅଧିକ ଟଙ୍କା ଆଡ଼କୁ ମୁହାଁଇବା ସ୍ବାଭାବିକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri