୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକାଧିକ ଥର ଓଡ଼ିଶା ଗସ୍ତରେ ଆସିସାରିଲେଣି। ଆଗକୁ ମଧ୍ୟ ସେମାନେ ଆହୁରି ଗସ୍ତ କରିବେ ବୋଲି ଜଣାପଡ଼ିଛି। ଏହି କ୍ରମରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୩ରେ ଯୋଗୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ସିନେ ତାରକା ଅରୁଣ ଗୋଭିଲ ମଧ୍ୟ ଓଡ଼ିଶା ଗସ୍ତ କରିବା କାର୍ଯ୍ୟକ୍ରମ ରହିଥିବା ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ଗୋଲକ କହିଛନ୍ତି, ଆସନ୍ତା ୨୫ ଏବଂ ଜୁନ୍‌ ୧ରେ ଓଡ଼ିଶାର ୩ୟ ଓ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ା ବୁଧବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮ଟା ୩୦ରେ ସମ୍ବଲପୁର ଗସ୍ତକରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନକରି ଆଶୀର୍ବାଦ ଗ୍ରହଣ କରିବେ। ଏହାପରେ ସକାଳ ୯ଟା ୧୫ରେ ସମ୍ବଲପୁରଠାରେ ଥିବା ସ୍ବର୍ଗତ ବିଜୁ ବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ। ବିଶ୍ୱଶର୍ମା ଦେବଗଡ଼ଠାରେ ପୂର୍ବାହ୍ନ ୧୦ଟା ୩୦ରେ ‘ରୋଡ୍‌ ଶୋ’ରେ ଯୋଗଦେବେ। ବିଶ୍ୱଶର୍ମା ମଧ୍ୟାହ୍ନ ୧ଟା ୩୦ରେ ଚମ୍ପୁଆ ନିର୍ବାଚନମଣ୍ଡଳୀର ବଡ଼ବିଲ, ଅପରାହ୍ନ ୩ଟାରେ ଚୌଦ୍ୱାର ଏବଂ ଅପରାହ୍ନ ୪ଟାରେ ବଡ଼ମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ସେହିପରି ଲୋକପ୍ରିୟ ଧାରାବାହିକ ରାମାୟଣରେ ଶ୍ରୀରାମ ଚରିତ୍ରରେ ଅଭିନୟ କରିଥିବା ସୁପ୍ରସିଦ୍ଧ ସିନେ ତାରକା ଅରୁଣ ଗୋଭିଲ ବୁଧବାର ପୂର୍ବାହ୍ନ ୧୦ଟା ୪୫ରେ କେନ୍ଦୁଝରର ଚମ୍ପୁଆ, ମଧ୍ୟାହ୍ନ ୧୨ଟା ୧୫ରେ ତେଲକୋଇ ଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ଗୋଭିଲ ଅପରାହ୍ନ ୧ଟା ୩୦ରେ ଢେଙ୍କାନାଳଠାରେ ଅନୁଷ୍ଠିତ ରୋଡ୍‌ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଗୋଭିଲ ଅପରାହ୍ନ ୩ଟାରେ ଜୟଦେବ ନିର୍ବାଚନମଣ୍ଡଳୀର ଗୋରୁହାଟ ପଡ଼ିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ନ ୧୨ଟା ୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୧ଟା ୩୦ରେ ବଡ଼ଚଣା ଏବଂ ଅପରାହ୍ନ ୩ଟା ୩୦ରେ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ସେହିପରି ଆସନ୍ତା ୨୩ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି। ଯୋଗୀ ଆଦିତ୍ୟନାଥ ସେଦିନ ପୂର୍ବାହ୍ନ ୧୦ଟା ୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁର ଠାରେ ଏବଂ ପୂର୍ବାହ୍ନ ୧୧ଟା ୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡ଼ିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?