Posted inଜାତୀୟ

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ କୁଶୀନଗରରେ ଭାଜପାର ବିଜୟ ଉତ୍ସବ ପାଳନ ସମୟରେ ଜଣେ ମୁସଲମାନ ଯୁବକ ବାବରଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରବର୍ଗଙ୍କୁ ଯୋଗୀ ସରକାର କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ୨ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, କୁଶୀନଗରର ରାମକୋଲା ଥାନା ଅଞ୍ଚଳର କଠଘରହି ଗାଁରେ ୨୬ ବର୍ଷୀୟ ବାବର ଅଲି ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ସହ ସରକାର ଗଠନ ଉତ୍ସବ ପାଳନ କରୁଥିଲେ। ଭାଜପାର ବିଜୟରେ ଉତ୍ସାହିତ ହୋଇ ବାବର ଅଲି ଲୋକଙ୍କ ମଧ୍ୟରେ ମିଠା ବାଣ୍ଟିଥିଲେ, ଯାହା ତାଙ୍କ ପଡ଼ୋଶୀର କିଛି ଲୋକଙ୍କୁ ପସନ୍ଦ ଆସି ନ ଥିଲା। ଏହାପରେ ତାଙ୍କ ଘର ପାଖରେ ରହୁଥିବା କିଛି ଲୋକ ବାବରଙ୍କୁ ମାଡ଼ ମାରିଥିଲେ। ଆହତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଯୁବକଙ୍କୁ ପ୍ରଥମେ ଜିଲା ଡାକ୍ତରଖାନା ଓ ପରେ ଲକ୍ଷ୍ନୌକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ତାଙ୍କ ମୃତ୍ୟୁକୁ ନେଇ ଗାଁର ଲୋକମାନେ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ରବିବାର ତାଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ କ୍ରୋଧିତ ଲୋକେ ତାଙ୍କୁ କବର ଦେବା ପାଇଁ ମନା କରିଦେଇଥିଲେ। କିନ୍ତୁ ନେତା ଓ ପ୍ରଶାସନ ସେମାନଙ୍କୁ ବୁଝାସୁଝା କରିବା ପରେ ବାବରଙ୍କୁ ଶେଷ ବିଦାୟ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri