Posted inଜାତୀୟ

ରାଜନୈତିକ ହଲଚଲ୍‌ ମଧ୍ୟରେ ମୋଦିଙ୍କୁ ଭେଟିବେ ଯୋଗୀ

ଲକ୍ଷ୍ନୌ,୨୨।୭: ଉତ୍ତରପ୍ରଦେଶରେ ଭାଜପାର ପରାଜୟ ପରଠାରୁ ଦଳରେ ବିଭିନ୍ନ ପ୍ରକାରର ମତଭେଦ ଥିବା ଦାବି କରାଯାଉଛି। ଗତ କିଛି ଦିନ ମଧ୍ୟରେ ସଂଗଠନ ଠାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପର୍ଯ୍ୟନ୍ତ ଅନେକ ଗଣମାଧ୍ୟମ ରିପୋର୍ଟରେ ଅନେକ ପ୍ରକାରର ଦାବି କରାଯାଇଛି। ଏହି ଦାବିଗୁଡିକ ମଧ୍ୟରେ ଆଉ ଏକ ରାଜନୈତିକ ବୈଠକର କଳ୍ପନାଜଳ୍ପନା ଚାଲିଛି। ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ଯୋଗୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିପାରନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଜୁଲାଇ ୨୭ରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବାକୁ ଯାଉଛନ୍ତି। କେବଳ ଏତିକି ନୁହେଁ, ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ମଧ୍ୟ ଦଳର ବରିଷ୍ଠ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ କେଉଁ ନେତାଙ୍କୁ ଭେଟିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଅପେକ୍ଷାକୃତ ଦୁର୍ବଳ ପ୍ରଦର୍ଶନ ପରେ ଉତ୍ତର ପ୍ରଦେଶରେ ପୁଣି ହେବାକୁ ଯାଉଛି ଉପନିର୍ବାଚନ। ୧୦ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିଲେ ବି ଏହାକୁ ନେଇ ଉଭୟ ରାଜ୍ୟ ଓ କେନ୍ଦ୍ରୀୟ ସ୍ତରରେ ରାଜନୈତିକ ସରଗରମ ବଢ଼ିବାରେ ଲାଗିଛି। ଯଦି ‘ଜିତିଲେ ମୋଦି’ ତେବେ ‘ହାରିଲେ ବି ମୋଦି’ ନ୍ୟାୟରେ ଭାଜପା ଏବଂ ସହଯୋଗୀ ଦଳଗୁଡ଼ିକର ନେତାମାନେ ସ୍ବର ଉତ୍ତୋଳନ କରୁଛନ୍ତି। ବିଶେଷକରି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ‘ସରକାରଠାରୁ ସଙ୍ଗଠନ ବଡ଼’ ମନ୍ତବ୍ୟ ୟୁପିର ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଅଡ଼ୁଆରେ ପକାଇଛି। ଭିତିରି ସୂତ୍ରରୁ ପ୍ରକାଶ ଯେ, କେଶବ ମୌର୍ଯ୍ୟ ସମାଜବାଦୀ ପାର୍ଟି ପଲା ଭାରି ଥିବା ଦେଖି ଅଖିଳେଶ ଯାଦବଙ୍କ ଯୋଗସୂତ୍ରରେ ରହିଛନ୍ତି। ଏଥିପାଇଁ ଭାଜପା ଭିତରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ତାଙ୍କ ବାର୍ଗେନିଂ କାପାସିଟି ବା ମୂଲଚାଲ ଦକ୍ଷତା ବଢ଼ିଯାଇଛି। ପାଓ୍ବାର କରିଡରରେ ଏବେ ଗୋଟିଏ ଚର୍ଚ୍ଚା, ୟୁପିରେ କିଛି ଗୋଟିଏ ହେବାକୁ ଯାଉଛି। ତେବେ କେବଳ ୟୁପି ନୁହେଁ, ଇଣ୍ଡିଆ ମେଣ୍ଟ ମଜଭୁତ ହୋଇଥିବା ପ୍ରାୟ ସବୁ ରାଜ୍ୟରେ ଦଳୀୟ ନେତୃତ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?