Posted inଜାତୀୟ

ଯୋଗୀ ଲୋକଙ୍କର ପ୍ରଥମ ପସନ୍ଦ, କେଜରିୱାଲ ଦ୍ୱିତୀୟ-ମମତା ତୃତୀୟ…

ନୂଆଦିଲ୍ଲୀ,୨।୨ : ବର୍ତ୍ତମାନ ଦେଶର ୩୦ ଟି ରାଜ୍ୟରେ ର୍ନିବାଚିତ ସରକାର ଅଛନ୍ତି। ଏଥିରେ ଦିଲ୍ଲୀ ଏବଂ ପୁଡୁଚେରୀ ଭଳି କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟ ଅନ୍ତର୍ଭୁକ୍ତ। ସମ୍ପ୍ରତି ଏକ ସର୍ଭେରୁ ଜଣାପଡ଼ିଛି ଯେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲୋକଙ୍କର ପ୍ରଥମ ପସନ୍ଦର ସ୍ଥାନରେ ଅଛନ୍ତି। ଏହାପଛକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦ୍ୱିତୀୟ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତୃତୀୟ ସ୍ଥାନରେ ଅଛନ୍ତି।

ସର୍ଭେରେ ଲୋକଙ୍କୁ ସେମାନଙ୍କର ପସନ୍ଦର ସର୍ବୋତ୍ତମ ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ମତାମତ ପଚରାଯାଇଥିଲା। ଏଥିରେ ଲୋକମାନେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସେମାନଙ୍କର ପ୍ରଥମ ପସନ୍ଦ ବୋଲି କହିଥିଲେ।

ସର୍ଭେରେ ୩୯.୧ ପ୍ରତିଶତ ଲୋକ ଯୋଗୀ ଆଦିତ୍ୟନାଥଙ୍କୁ ସର୍ବୋତ୍ତମ ପ୍ରଦର୍ଶନକାରୀ ମୁଖ୍ୟମନ୍ତ୍ରୀ ଭାବରେ ମତ ଦେଇଥିଲେ।

୧୬ ପ୍ରତିଶତ ଲୋକ ଅରବିନ୍ଦ କେଜରିୱାଲଙ୍କୁ ପସନ୍ଦ କରିଥିବାବେଳେ ୭.୩ ପ୍ରତିଶତ ଲୋକ ଶ୍ରେଷ୍ଠ ପ୍ରଦର୍ଶନକାରୀ ମୁଖ୍ୟମନ୍ତ୍ରୀ ତାଲିକାରେ ତୃତୀୟ ସ୍ଥାନରେ ମମତା ବାନାର୍ଜୀଙ୍କୁ ପସନ୍ଦ କରିଛନ୍ତି।

ସର୍ଭେ ଅନୁଯାୟୀ, ଯୋଗୀଙ୍କ ଲୋକପ୍ରିୟତା ତାଙ୍କ କାମ ଯୋଗୁଁ ବୃଦ୍ଧି ପାଇଛି। ଏଥି ସହିତ ଗତ ବର୍ଷ ଅଗଷ୍ଟ ତୁଳନାରେ ଅରବିନ୍ଦ କେଜରିୱାଲଙ୍କ ଲୋକପ୍ରିୟତା ୬ ପ୍ରତିଶତ ହ୍ରାସ ପାଇଛି। ଅଗଷ୍ଟ ୨୦୨୨ ରେ, କେଜରିୱାଲ ୨୨ ପ୍ରତିଶତ ଲୋକଙ୍କ ପସନ୍ଦ ଥିଲେ। ଗତ ବର୍ଷ ଠାରୁ ମମତା ବାନାର୍ଜୀଙ୍କ ଲୋକପ୍ରିୟତା ମଧ୍ୟ ୧ ପ୍ରତିଶତ ହ୍ରାସ ପାଇଛି।

ସର୍ଭେରେ ୧,୪୦,୯୧୭ ଲୋକ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?