Posted inଜାତୀୟ

ଆତଙ୍କବାଦୀଙ୍କ ଉପରେ ଚାଲିବ ଯୋଗୀଙ୍କ ଆଇନ, ଉତ୍ତରପ୍ରଦେଶ ଜେଲ୍‌ରେ ୨୬ ଆତଙ୍କବାଦୀ…

ଲକ୍ଷ୍ନୌ,୨୩।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାର ବୃଦ୍ଧିକୁ ରୋକିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ‘ଏ’ ଏବଂ ‘ବି’ ବର୍ଗର ହାର୍ଡକୋର ଆତଙ୍କବାଦୀଙ୍କୁ ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର କରାଯାଉଛି। କଶ୍ମୀର ଉପତ୍ୟକାର ବିଭିନ୍ନ କେନ୍ଦ୍ରୀୟ ଜେଲରେ ବନ୍ଦୀ ହୋଇଥିବା ୨୬ ଆତଙ୍କବାଦୀଙ୍କ ପ୍ରଥମ ଗୋଷ୍ଠୀକୁ ୨୨ ଅକ୍ଟୋବରରେ ଉତ୍ତରପ୍ରଦେଶର ଆଗ୍ରା ସେଣ୍ଟ୍ରାଲ ଜେଲକୁ ପଠାଯାଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ଆତଙ୍କବାଦୀଙ୍କୁ ସ୍ଥାନାନ୍ତର କରିବା ପାଇଁ ଜମ୍ମୁ-କଶ୍ମୀର ଜନ ନିରାପତ୍ତା ଆଇନ, ୧୯୭୮ର ଧାରା ୧୦ (ଖ) ଅନୁଯାୟୀ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।

କୁହାଯାଉଛି ଯେ, ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ୧୦୦ ଜଣ ଆତଙ୍କବାଦୀଙ୍କ ତାଲିକା ସୁରକ୍ଷା ବାହିନୀ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଆତଙ୍କବାଦୀମାନେ ଜେଲରେ ଥିବାବେଳେ ବାହାରେ ସେମାନଙ୍କ ସହଯୋଗୀଙ୍କ ସହିତ ଯୋଗାଯୋଗରେ ଥିବା ଅଭିଯୋଗ ହୋଇଛି। ଜେଲରେ ବନ୍ଦୀ ହୋଇଥିବା ଆତଙ୍କବାଦୀମାନେ ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣକୁ ପରୋକ୍ଷରେ ପରିଚାଳନା କରୁଛନ୍ତି। ୩୦ ଆତଙ୍କବାଦୀଙ୍କୁ ‘ଏ’ ବର୍ଗରେ ରଖାଯାଇଥିବାବେଳେ ୭୦ଙ୍କୁ ‘ବି’ ବର୍ଗରେ ରଖାଯାଇଛି।

ସେମାନେ ଜେଲରୁ ଖସିଯିବାର ଆଶଙ୍କା ରହିଥିବାର କୁହାଯାଉଛି। ଏହି ୧୦୦ ଆତଙ୍କବାଦୀଙ୍କ ତାଲିକାରୁ ୨୬ ଜଣ ଆତଙ୍କବାଦୀଙ୍କୁ ଉତ୍ତରପ୍ରଦେଶର ଜେଲକୁ ପଠାଯାଇଛି। ଏଠାରେ ଆତଙ୍କବାଦୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆଇନ ଚାଲିବ ବୋଲି ଆତଙ୍କବାଦୀଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଥିବା ଚର୍ଚ୍ଚା ହେଉଛି। ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶ୍ରୀନଗର ବିମାନ ବନ୍ଦରକୁ ସ୍ଥାନାନ୍ତର କରାଯାଇଥିଲା। ପରେ ସେଠାରୁ ଏହି ଆତଙ୍କବାଦୀଙ୍କୁ ଚାଟାର୍ଡ ବିମାନରେ ଆଗ୍ରା ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?