Posted inଜାତୀୟ

ଯୋଗୀଙ୍କ ଧ୍ରୁବୀକରଣ ରାଜନୀତି

ଲକ୍ଷ୍ନୌ,୨୪ା୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଗାଜିଆବାଦରେ ତାଙ୍କ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ତଥା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ସଂଖ୍ୟାଲଘୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଗାଜିଆବାଦରେ ହଜ୍‌ ହାଉସ୍‌ ନିର୍ମାଣ କରାଯାଉଥିଲା। କିନ୍ତୁ ବର୍ତ୍ତମାନର ଭାଜପା ସରକାର କୈଳାସ ମାନସରୋବର ଭବନ ନିର୍ମାଣ କରିଛନ୍ତି। ଏଠାରେ ଯୋଗୀ ଇନ୍ଦିରାପୁରମ୍‌ରେ ମାନସରୋବର ଭବନ କଥା କହିଛନ୍ତି, ଯାହାକି କୈଳାସ ମାନସରୋବର ଯାତ୍ରା କରୁଥିବା କାଉଡ଼ିଆମାନଙ୍କ ପାଇଁ ନିର୍ମାଣ କରାଯାଇଛି। ଅନ୍ୟପକ୍ଷେ ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଥିବାବେଳେ ୨୦୧୬ରେ ହଜ୍‌ ହାଉସ୍‌ ନିର୍ମାଣ କରିଥିଲେ। ୭ ମହଲା ବିଶିଷ୍ଟ ଆଲା ହଜ୍‌ରତ୍‌ ହଜ୍‌ ହାଉସ୍‌ରେ ପ୍ରତିବର୍ଷ ମାସେରୁ ଦୁଇମାସ ପାଇଁ ୮,୦୦୦ରୁ ୧୦,୦୦୦ ଲୋକ ରହିପାରିବା ଭଳି ସୁବିଧା କରାଯାଇଛି। ବର୍ଷର ଅବଶିଷ୍ଟ ସମୟରେ ସେଠାରେ କୋଚିଂ କ୍ଲାସ୍‌ ଚାଲିଥାଏ।
ଯୋଗୀ ପୂର୍ବରୁ ମଧ୍ୟ ଅଖିଳେଶଙ୍କୁ ଏପରି ଟାର୍ଗେଟ କରିସାରିଛନ୍ତି। ଗତ ନଭେମ୍ବରରେ ଯୋଗୀ ଅଯୋଧ୍ୟାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଥିଲେ, ଆଗେ ଲୋକଙ୍କ ଅର୍ଥକୁ ସମାଧି ନିର୍ମାଣ ପାଇଁ ଖର୍ଚ୍ଚ କରାଯାଉଥିଲା। କିନ୍ତୁ ବର୍ତ୍ତମାନର ସରକାର ମନ୍ଦିରଗୁଡ଼ିକର ଉନ୍ନତୀକରଣ ପାଇଁ ପାଣ୍ଠି ବିନିଯୋଗ କରୁଛନ୍ତି। ଏହାର ମାସକ ପରେ ମୁସଲମାନ ସମୁଦାୟକୁ ଟାର୍ଗେଟ କରି ଯୋଗୀ କହିଥିଲେ ସମାଜବାଦୀ ପାର୍ଟିକୁ ଅବ୍ବାଜାନ (ବାପା) କହୁଥିବା ଲୋକେ ସବୁ ରାଶନ ଖାଇଯାଉଥିଲେ। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ତୁଷ୍ଟୀକରଣ ରାଜନୀତିର କୌଣସି ସ୍ଥାନ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri