Posted inଜାତୀୟ

ଯୋଗୀଙ୍କ ସଫଳତାର ରିପୋର୍ଟ କାର୍ଡ, ୫ ବର୍ଷରେ ରାଜ୍ୟରେ ଦଙ୍ଗା ନାହିଁ…

ଲକ୍ଷ୍ନୌ, ୩।୨ : ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା ସରକାରଙ୍କ ସଫଳତାର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ସେ ଗୋଟି ଗୋଟି କରି ସବୁ ସଫଳତା ସମ୍ପର୍କରେ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ଦଙ୍ଗା ଘଟି ନାହିଁ। ମାତ୍ର ଏସ୍‌ପି ସରକାରଙ୍କ ସମୟରେ ରାଜ୍ୟରେ ୭୦୦ରୁ ଅଧିକ ଦଙ୍ଗା ହୋଇଛି। ସେହିପରି ବିଏସ୍‌ପି ସରକାରଙ୍କ ସମୟରେ ୩୬୪ ଦଙ୍ଗା ହୋଇଛି। କିନ୍ତୁ ଭାଜପା ଶାସନରେ ଶାନ୍ତି ଶୃଙ୍ଖଳା ବଜାୟ ରହିଥିବା ଯୋଗୀ କହିଛନ୍ତି।

ପୂର୍ବରୁ ରାଜ୍ୟର ଅର୍ଥବ୍ୟବସ୍ଥା ଦେଶରେ ୬-୭ ସ୍ଥାନରେ ରହୁଥିବାବେଳେ ଏବେ ଦ୍ୱିତୀୟ ସ୍ଥାନରେ ରହିଛି। ରାଜ୍ୟରେ ପୋଲିସ ବିଭାଗରେ ୩ ଗୁଣା ମହିଳା କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟର ମୁଣ୍ଡପିଛା ଆୟ ବାର୍ଷିକ ୪୫ ହଜାରରୁ ବୃଦ୍ଧି ପାଇ ୯୪ ହଜାର ଛୁଇଁଛି। ସେହିପରି ରାଜ୍ୟ ବଜେଟ ୨ ଲକ୍ଷ କୋଟିରୁ ୬ ଲକ୍ଷ କୋଟିରେ ପହଞ୍ଚିଛି।

କରୋନା ମହାମାରୀ ସମୟରେ ୪୦ ଲକ୍ଷ ପ୍ରବାସୀ ଶ୍ରମିକ ଘରକୁ ଫେରିଛନ୍ତି। ସେମାନଙ୍କ ପାଇଁ ଆବଶ୍ୟକ ସୁବିଧା ସୁଯୋଗ ପ୍ରଦାନ କରାଯାଇଥିବା ଯୋଗୀ କହିଛନ୍ତି। ରାଜ୍ୟରେ କରୋନା ମହାମାରୀ ଲଢ଼େଇ ଅନ୍ତର୍ଗତ ୫୫୧ରୁ ଅଧିକ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri