କିଶୋର କୁମାରଙ୍କ ତୃତୀୟ ସ୍ତ୍ରୀଙ୍କୁ ବିବାହ କରିଥିଲେ ଏହି ଅଭିନେତା

ଆଜି ବଲିଉଡ୍‌ ଅଭିନେତ୍ରୀ ଯୋଗିତା ଓ୍ବାଲିଙ୍କ ଜନ୍ମଦିନ। ସେ ୧୯୫୨, ଅଗଷ୍ଟ ୧୩ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ତାଙ୍କ ବୃତ୍ତିଗତ ଜୀବନ ସହ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଅଧିକ ଚର୍ଚ୍ଚାରେ ରହିଥା’ନ୍ତି। ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା।
ଯୋଗିତା କିଶୋର କୁମାରଙ୍କୁ ବିବାହ କରିଥିଲେ। କିଶୋର କୁମାର ଜଣେ ଖ୍ୟାତନାମା ଗାୟକ ତଥା ଅଭିନେତା ଥିଲେ, ଯାହାଙ୍କୁ ଆଜିର ଯୁବପିଢ଼ି ମଧ୍ୟ ପସନ୍ଦ କରନ୍ତି। ଯୋଗିତା କିଶୋରଙ୍କ ତିନି ନମ୍ବର ସ୍ତ୍ରୀ ହୋଇଥିବା ବେଳେ ସେ ତାଙ୍କ ଜୀବନରେ ୪ ଥର ବିବାହ କରିଥିଲେ। ଫିଲ୍ମ ‘ଯାମୁନା କେ ତୀର’ରେ ପ୍ରଥମ ଥର ପାଇଁ ଉଭୟଙ୍କୁ ଏକାଠି ଦେଖିବାକୁ ମିଳିଥିଲା। କିଶୋର କୁମାରଙ୍କ ଦ୍ୱିତୀୟ ସ୍ତ୍ରୀ ମଧୁବାଲାଙ୍କ ଦେହାନ୍ତ ପରେ ସେ ଏକୁଟିଆ ହୋଇ ଯାଇଥିଲେ। ଫିଲ୍ମ ରିଲିଜ୍‌ ହୋଇ ନ ଥିଲେ ମଧ୍ୟ ଶୁଟିଂ ସେଟ୍‌ରେ ଉଭୟଙ୍କ ଘନିଷ୍ଠତା ବଢ଼ିଥିଲା। ପରେ ଉଭୟ ପରିବାର ବିରୋଧରେ ଯାଇ ୧୯୭୬ରେ ବିବାହ କରିଥିଲେ। ହେଲେ ସେମାନଙ୍କ ସମ୍ପର୍କ ଅଧିକ ତିଷ୍ଠି ପାରିଲା ନାହିଁ। ସେମାନେ ମାତ୍ର ଦୁଇ ବର୍ଷ ମଧ୍ୟରେ ବିଚ୍ଛେଦ ହୋଇଯାଇଥିଲେ।
ତେବେ କୁହାଯାଏ, ଯୋଗିତା କିଶୋରଙ୍କୁ ବିବାହ କରିବା ପରେ ତାଙ୍କ ଜୀବନରେ ମିଥୁନ ଚକ୍ରବର୍ତ୍ତୀଙ୍କ ପ୍ରବେଶ ହୋଇଥିଲା। ମିଥୁନଙ୍କ ପାଇଁ ସେ କିଶୋର କୁମାରଙ୍କଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ମିଥୁନ ଏବଂ ଯୋଗିତା ଫିଲ୍ମ ‘ଖ୍ବାବ’ରେ ଏକାଠି କାମ କରିଥିଲେ ଏବଂ ଏକାଠି କାମ କରିବା ଭିତରେ ପରସ୍ପରକୁ ହୃଦୟ ଦେଇ ବସିଥିଲେ। କିଶୋର କୁମାରଙ୍କୁ ଛାଡ଼ପତ୍ର ଦେବାର ଏକ ବର୍ଷ ପରେ ଯୋଗିତା ମିଥୁନଙ୍କ ହାତ ଧରିଥିଲେ। ପରେ ଦୁହେଁ ୧୯୭୯ ମସିହାରେ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri