Posted inଜାତୀୟ

୬୫ ଘଣ୍ଟା ମଧ୍ୟରେ ୨୦ ମିଟିଂ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ଶେଷ କରି ରବିବାର ଭାରତ ଫେରିଛନ୍ତି। ୨୨ ସେପ୍ଟେମ୍ବରରେ ଆମେରିକା ଗସ୍ତରେ ବାହାରିବା ପରେ ପ୍ରଧାନମନ୍ତ୍ରୀ ପ୍ରାୟ ୯୦ ଘଣ୍ଟା ମଧ୍ୟରେ ତାଙ୍କର ଯାତ୍ରା ଶେଷ କରିଥିଲେ। ପ୍ରଧାନମନ୍ତ୍ରୀ ଆମେରିକାରେ ୬୫ ଘଣ୍ଟା ବିତାଇଥିଲେ। ଏହି ୬୫ ଘଣ୍ଟିଆ ଗସ୍ତରେ ମୋଦି ୨୦ଟି ମିଟିଂରେ ଭାଗ ନେଇଥିଲେ। କେବଳ ଏତିକି ନୁହେଁ, ମୋଦି ଯିବା ଏବଂ ଆସିବା ସମୟରେ ବିମାନରେ ଦୁଇ ଦୁଇଟି ମିଟିଂ କରିଥିଲେ। ଅର୍ଥାତ୍‌ ବିମାନରେ ସେ ଅଧିକାରୀଙ୍କ ସହ ଚାରିଥର ମିଟିଂ କରିଥିଲେ। ଏହି ପରିପ୍ରେକ୍ଷୀରେ, ସେ ଭାରତ ଛାଡିବା ଠାରୁ ଫେରିବା ପର୍ଯ୍ୟନ୍ତ ମୋଦି ୨୪ଟି ମିଟିଂ କରିଥିଲେ।
ସୂଚନାଯୋଗ୍ୟ, ଆମେରିକା ଯିବାବେଳେ ମୋଦି ବିମାନରେ ଦୁଇଟି ମିଟିଂ କରିଥିଲେ ଏବଂ ସେଠାରେ ପହଞ୍ଚିବା ପରେ ହୋଟେଲରେ ୩ଟି ମିଟିଂ କରିଥିଲେ। ୨୩ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ଆମେରିକୀୟ କମ୍ପାନୀର ସିଇଓଙ୍କ ସହ ୫ଟି ମିଟିଂ କରିଥିଲେ। ଏହା ପରେ ସେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସଙ୍କୁ ମଧ୍ୟ ଭେଟିଥିଲେ। ସେ ଜାପାନର ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗା ଏବଂ ଅଷ୍ଟ୍ରେଲିଆର ସ୍କଟ ମୋରିସନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାରେ ମଧ୍ୟ ଭାଗ ନେଇଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ୩ଟି ଆଭ୍ୟନ୍ତରୀଣ ବୈଠକର ଅଧ୍ୟକ୍ଷତା କରିଥିଲେ। ପରଦିନ ପ୍ରଧାନମନ୍ତ୍ରୀ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ। ଏହା ପରେ ସେ କ୍ୱାଡର ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ସମ୍ମିଳନୀ ପରେ ସେ ଚାରିଟି ଆଭ୍ୟନ୍ତରୀଣ ବୈଠକ ମଧ୍ୟ କରିଥିଲେ। ସୂଚନାନୁସାରେ, ସେପ୍ଟେମ୍ବର ୨୫ରେ ଆମେରିକାରୁ ଭାରତ ଯିବା ସମୟରେ ପ୍ରଧାନମନ୍ତ୍ରୀ ବିମାନରେ ଥିବା ଅଧିକାରୀଙ୍କ ସହ ଆଉ ଦୁଇଟି ମିଟିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?