Posted inଜାତୀୟ

‘ଆପଣମାନେ ମୋ ପରିବାର, ଆପଣଙ୍କ ସ୍ବପ୍ନ ପୂରା କରିବା ମୋର ସଂକଳ୍ପ’

ନୂୂଆଦିଲ୍ଲୀ,୨୫ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଉତ୍ତରପ୍ରଦେଶର ବୁଲନ୍ଦସହରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ପ୍ରଭୁ ରାମଙ୍କ ନାମ ନେଇଛନ୍ତି। ବୁଲନ୍ଦସହରରେ ୧୯ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ମୂଳଦୁଆ ପକାଇବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ରାମଙ୍କ ସହ ରାଷ୍ଟ୍ର ନିର୍ମାଣର ରାସ୍ତା ଖୋଲିବାକୁ ପଡ଼ିବ। ଏକ ବିକଶିତ ଭାରତ ପାଇଁ ସେ ସଂକଳ୍ପକୁ ପୁଣି ଥରେ ଦୋହରାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନେ ମୋ’ ପରିବାର। ଆପଣଙ୍କ ସ୍ବପ୍ନ ପୂରଣ କରିବା ମୋର ସଂକଳ୍ପ। ଏହା ବ୍ୟତୀତ  ୨୦୨୪ରେ ଭାଜପା ବିପୁଳ ବିଜୟ ଲାଭ କରିବ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଜୀବନରେ ଆପଣମାନଙ୍କର ଭଲପାଇବା ଏବଂ ବିଶ୍ୱାସ ପାଇବା ଅପେକ୍ଷା କ’ଣ ଅଧିକ ଭାଗ୍ୟ ହୋଇପାରେ। ମୁଁ ଆପଣମାନଙ୍କ ଭଲପାଇବାରେ ଏତେ ଖୁସି ଯେ, ଏତେ ସଂଖ୍ୟକ ମା-ଭଉଣୀ ଏଠି ଉପସ୍ଥିତ ଅଛନ୍ତି। ଏହି ସମୟ ସବୁ ମାତାପିତାଙ୍କ ପାଇଁ ବ୍ୟସ୍ତବହୁଳ ସମୟ। ମାତ୍ର ସବୁକିଛି ଛାଡ଼ି ମୋତେ ଆଶୀର୍ବାଦ ଦେବା ପାଇଁ ଏତେ ସଂଖ୍ୟାରେ ଆସିଛନ୍ତି। ସମସ୍ତ ମାତାପିତାଙ୍କୁ ମୋର ବିଶେଷ ଶୁଭେଚ୍ଛା।

ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀ ରାମଙ୍କୁ ୨୨ ତାରିଖରେ ଅଯୋଧ୍ୟା ଧାମରେ ଦେଖିବାକୁ ମିଳିଥିଲା ଏବଂ ଆଜି ମୁଁ ଜନତା ଜନାର୍ଦ୍ଦନଙ୍କୁ ଏଠାରେ ଦେଖିବାର ସୌଭାଗ୍ୟ ପାଇଛି। ପଶ୍ଚିମ ୟୁପି ବିକାଶ ପାଇଁ ୧୯ ହଜାର କୋଟିରୁ ଅଧିକ ପ୍ରକଳ୍ପ ଗ୍ରହଣ କରିଛି। ଏହି ପ୍ରକଳ୍ପଗୁଡିକ ରେଳ ଲାଇନ, ରାଜପଥ, ପେଟ୍ରୋଲିୟମ ପାଇପ୍‌ଲାଇନ୍‌, ଜଳ, ସ୍ବରେଜ, ମେଡିକାଲ କଲେଜ ଏବଂ ଶିଳ୍ପ ସହର ସହିତ ସଂଯୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri