ଆସନ୍ତା ୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ, ପଢ଼ନ୍ତୁ ସମ୍ପୂର୍ଣ୍ଣ ସୂଚନା…

କଟକ,୨୧ା୬ (କାର୍ତ୍ତିକ ସାହୁ)- ଚଳିତ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିମନ୍ତେ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପେପର-୧ ଓ ଅପରାହ୍ନ ୨ଟାରୁ ସାଢେ ୪ଟା ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଜୁନ୍‌ ୨୪ରୁ ଜୁଲାଇ ୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିବ। ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ପ୍ରଦତ୍ତ ଲିଙ୍କ୍‌ ଜରିଆରେ ଆବେଦନ କରାଯିବ। ଉକ୍ତ ଲିଙ୍କ୍‌ରେ ଫର୍ମ ଆବେଦନ ଓ ଦେୟ ଦାଖଲର ଚୂଡାନ୍ତ ସମୟସୀମା ଜୁଲାଇ ୬ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଦିଆଯାଇଛି। ଅନ୍‌ଲାଇନ୍‌ ଆବେଦନ ସଂକ୍ରାନ୍ତୀୟ ନିର୍ଦ୍ଦେଶାବଳୀ, ଯୋଗ୍ୟତା ଆଦି ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ଏଥିସହ ଅଗଷ୍ଟ ୨ରେ ପରୀକ୍ଷାର୍ଥୀମାନଙ୍କୁ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ପ୍ରଦାନ କରାଯିବ। କୌଣସି ପରିସ୍ଥିତିରେ ଆବେଦନର ଅନ୍ତିମ ତାରିଖ ଘୁଞ୍ଚାଯିବ ନାହିଁ। ଆବେଦନକାରୀମାନେ ଅନ୍‌ଲାଇନ୍‌ ଫର୍ମ ପୂରଣବେଳେ ନିଜର ବ୍ୟକ୍ତିଗତ ଠିକଣା, ଜାତି, ବିଷୟ ଆଦି ଠିକ୍‌ ଭାବେ ଲେଖିବେ। ପରବର୍ତ୍ତୀ ସମୟରେ ସେଗୁଡ଼ିକ ଆଉ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri