୨ ଥର ଡିଏଲ୍‌ ରଦ୍ଦ ହେଲେ ଚଲାଇପାରିବେନି ଗାଡ଼ି

ଭଞ୍ଜନଗର,୧୮।୧: କରୋନା ମହାମାରୀ ସମୟରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଥିଲେ ବି ଭଞ୍ଜନଗର ଉପଖଣ୍ଡରେ ଦୁର୍ଘଟଣା ଜନିତ ମୃତ୍ୟୁହାର ବଢ଼ିବାରେ ଲାଗିଛି। ୨୦୨୦ରେ ଉପଖଣ୍ଡରେ ୭୭ଟି ଦୁର୍ଘଟଣା ଘଟିଥିଲା। ଏଥିରେ ୬୧ ଜଣଙ୍କ ଜୀବନ ଯାଇଛି। ସେହିପରି ୨୦୧୯ରେ ୭୨ଟି ଦୁର୍ଘଟଣା ଘଟିଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଘଟିଥିଲା। ୨୦୧୮ରେ ୯୯ଟି ଦୁର୍ଘଟଣା ଘଟି ୭୨ଜଣ ମୃତ୍ୟୁବରଣ କରିଥିଲେ। ଚଳିତ ବର୍ଷ ଦୁର୍ଘଟଣା ହାର କିଭଳି କମିବ ସେନେଇ ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଦ୍ରୁତ ଗତି ଏବଂ ନିଶାସକ୍ତ ହୋଇ ଗାଡ଼ି ଚଳାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଦ୍ରୁତଗତିରେ ଗାଡ଼ି ଚାଳନା କରି ଧରାପଡ଼ିଲେ ୨ ହଜାର ଟଙ୍କା ଜରିମାନା ସହ ୩ ମାସ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ । ହେଲମେଟ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା ଏବଂ ୩ ମାସ ଲାଇସେନ୍ସ ରଦ୍ଦ। ଜଣେ ବ୍ୟକ୍ତିଙ୍କର ୨ଥର ଲାଇସେନ୍ସ ରଦ୍ଦ ହେଲେ ସେ ଗାଡି ଚଳାଇ ପାରିବେ ନାହିଁ ବୋଲି ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରାୟ କହିଛନ୍ତି । ସୋମବାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ କଲେଜ ପରିସରରେ ୩୨ତମ ସଡ଼କ ସୁରକ୍ଷା ମାସ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ହୋଇଥିଲ। ଏହି ଅବସରରେ ସର୍ବସାଧାରଣ ପରିବହନରେ ମହିଳାମାନଙ୍କ ସୁରକ୍ଷା ଉପରେ ଏକ ଆଲୋଚନାଚକ୍ର ହୋଇଥିଲା । ଏଥିରେ ଅଧ୍ୟକ୍ଷ ସୂର୍ଯ୍ୟକାନ୍ତ ମହାନ୍ତି ସଭାପତିତ୍ୱ କରିଥିଲେ । ରାଜ୍ୟ ପରିବହନ ବିଭାଗ ଦକ୍ଷିଣାଞ୍ଚଳ ଉପ କମିଶନର ଲାଲମୋହନ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଡ଼କ ସୁରକ୍ଷା ମାସ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ । ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନୂଆ ନିୟମ ସମ୍ପର୍କରେ କହିଥିଲେ। ଶୁଳପାଣି ଶତପଥି ଉପସ୍ଥିତ ଲୋକଙ୍କୁ ଶପଥପାଠ କରାଇଥିଲେ । ଯୁବ ରେଡ଼କ୍ରସ ଜିଲା ସଂଯୋଜକ ଅଧ୍ୟାପକ ବି.ଗୋବିନ୍ଦ ରାଓ ସ୍ବାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପକ ରାଜେନ୍ଦ୍ର ଡ଼ାକୁଆ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri