Posted inଖେଳ

ମାତ୍ର ୨ ଲକ୍ଷ ଟଙ୍କା ଖର୍ଚ୍ଚ କରି ଦେଖିପାରିବେ ଫାଇନାଲ୍‌ ମ୍ୟାଚ୍‌

ମୁମ୍ବାଇ,୨୮।୫: ଭାରତୀୟ ଦଳ ୧୮ରୁ ୨୨ଜୁନ ମଧ୍ୟରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲ ଖେଳିବ। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତିମ ମ୍ୟାଚ ଇଂଲଣ୍ଡର ସାଉଥମ୍ପଟନ ଗ୍ରାଉଣ୍ଡରେ ଖେଳାଯିବ। ଭାରତୀୟ ଦଳ ଜୁନ ୨ରେ ଇଂଲଣ୍ଡ ଅଭିମୁଖେ ଯାତ୍ରା କରୁଥିବାବେଳେ ନ୍ୟୁଜିଲାଣ୍ଡ ଦଳ ସେଠାରେ ପହଞ୍ଚିଛି। ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ଦର୍ଶକଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି। ଟିକେଟ ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବାଲାଟ ପ୍ରକ୍ରିୟା ମାଧ୍ୟମରେ ଉପଲବ୍ଧ ଟିକେଟର ଏକ ଅଂଶ ପ୍ରଦାନ କରିଥିଲା। ଯାହା ମେ ୧୩ରେ ବନ୍ଦ ହୋଇଯାଇଥିଲା। ଏହି ପ୍ରକ୍ରିୟା ମାଧ୍ୟମରେ କେବଳ କିଛି ଭାଗ୍ୟଶାଳୀ ପ୍ରଶଂସକ ଟିକେଟ ପାଇପାରିବେ। ମ୍ୟାଚ ପାଇଁ ଅବଶିଷ୍ଟ ଟିକେଟ ଆଇସିସିର ଅଫିସିଆଲ ଟ୍ରାଭେଲ ଏଜେଣ୍ଟମାନେ ବିକ୍ରି କରୁଛନ୍ତି। ମ୍ୟାଚର ଏତେ କ୍ରେଜ ଅଛି ଯେ ପ୍ରଶଂସକମାନେ ମଧ୍ୟ ୨ ଲକ୍ଷ ଟଙ୍କାରେ ଟିକେଟ କିଣୁଛନ୍ତି। ଆଇସିସି ଦ୍ୱାରା ନିଯୁକ୍ତ ଏକ ସରକାରୀ ଟିକେଟ ଏଜେଣ୍ଟ କମ୍ପାନୀ ଅନୁଯାୟୀ ପ୍ରତ୍ୟେକ ବର୍ଗରେ ଟିକେଟ ବୁକିଂ ପାଇଁ ଭଲ ଚାହିଦା ରହିଛି। ସୂଚନାଯୋଗ୍ୟ, ସାଉଥମ୍ପଟନ ପଡ଼ିଆରେ କେବଳ ଚାରି ହଜାର ଦର୍ଶକଙ୍କୁ ଅନୁମତି ଦିଆଯାଇଛି । ଅନ୍ୟପକ୍ଷରେ, ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜୁନ ୧୦ରୁ ଏଜବାଷ୍ଟନରେ ହେବାକୁ ଥିବା ଦ୍ୱିତୀୟ ଟେଷ୍ଟ ପାଇଁ ୧୮ ହଜାର ପ୍ରଶଂସକଙ୍କୁ ଅନୁମତି ଦିଆଯାଇଛି।
ଇଂଲଣ୍ଡ ଗସ୍ତରେ ଭାରତୀୟ ଦଳକୁ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପରେ ଇଂଲଣ୍ଡ ଦଳ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଇଂଲଣ୍ଡ ଗସ୍ତରେ ବିରାଟ କୋହଲିଙ୍କ ନେତୃତ୍ୱରେ ୨୦ ଜଣିଆ ଭାରତୀୟ ଦଳ ନେତୃତ୍ୱ ନେଉଛନ୍ତି। ଏବେ ଭାରତୀୟ ଦଳର ଖେଳାଳିଙ୍କୁ ମୁମ୍ବାଇରେ ବାଓ-ବବଲ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri