Posted inଖେଳ

ମାତ୍ର ୨ ଲକ୍ଷ ଟଙ୍କା ଖର୍ଚ୍ଚ କରି ଦେଖିପାରିବେ ଫାଇନାଲ୍‌ ମ୍ୟାଚ୍‌

ମୁମ୍ବାଇ,୨୮।୫: ଭାରତୀୟ ଦଳ ୧୮ରୁ ୨୨ଜୁନ ମଧ୍ୟରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲ ଖେଳିବ। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତିମ ମ୍ୟାଚ ଇଂଲଣ୍ଡର ସାଉଥମ୍ପଟନ ଗ୍ରାଉଣ୍ଡରେ ଖେଳାଯିବ। ଭାରତୀୟ ଦଳ ଜୁନ ୨ରେ ଇଂଲଣ୍ଡ ଅଭିମୁଖେ ଯାତ୍ରା କରୁଥିବାବେଳେ ନ୍ୟୁଜିଲାଣ୍ଡ ଦଳ ସେଠାରେ ପହଞ୍ଚିଛି। ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ଦର୍ଶକଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି। ଟିକେଟ ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବାଲାଟ ପ୍ରକ୍ରିୟା ମାଧ୍ୟମରେ ଉପଲବ୍ଧ ଟିକେଟର ଏକ ଅଂଶ ପ୍ରଦାନ କରିଥିଲା। ଯାହା ମେ ୧୩ରେ ବନ୍ଦ ହୋଇଯାଇଥିଲା। ଏହି ପ୍ରକ୍ରିୟା ମାଧ୍ୟମରେ କେବଳ କିଛି ଭାଗ୍ୟଶାଳୀ ପ୍ରଶଂସକ ଟିକେଟ ପାଇପାରିବେ। ମ୍ୟାଚ ପାଇଁ ଅବଶିଷ୍ଟ ଟିକେଟ ଆଇସିସିର ଅଫିସିଆଲ ଟ୍ରାଭେଲ ଏଜେଣ୍ଟମାନେ ବିକ୍ରି କରୁଛନ୍ତି। ମ୍ୟାଚର ଏତେ କ୍ରେଜ ଅଛି ଯେ ପ୍ରଶଂସକମାନେ ମଧ୍ୟ ୨ ଲକ୍ଷ ଟଙ୍କାରେ ଟିକେଟ କିଣୁଛନ୍ତି। ଆଇସିସି ଦ୍ୱାରା ନିଯୁକ୍ତ ଏକ ସରକାରୀ ଟିକେଟ ଏଜେଣ୍ଟ କମ୍ପାନୀ ଅନୁଯାୟୀ ପ୍ରତ୍ୟେକ ବର୍ଗରେ ଟିକେଟ ବୁକିଂ ପାଇଁ ଭଲ ଚାହିଦା ରହିଛି। ସୂଚନାଯୋଗ୍ୟ, ସାଉଥମ୍ପଟନ ପଡ଼ିଆରେ କେବଳ ଚାରି ହଜାର ଦର୍ଶକଙ୍କୁ ଅନୁମତି ଦିଆଯାଇଛି । ଅନ୍ୟପକ୍ଷରେ, ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜୁନ ୧୦ରୁ ଏଜବାଷ୍ଟନରେ ହେବାକୁ ଥିବା ଦ୍ୱିତୀୟ ଟେଷ୍ଟ ପାଇଁ ୧୮ ହଜାର ପ୍ରଶଂସକଙ୍କୁ ଅନୁମତି ଦିଆଯାଇଛି।
ଇଂଲଣ୍ଡ ଗସ୍ତରେ ଭାରତୀୟ ଦଳକୁ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପରେ ଇଂଲଣ୍ଡ ଦଳ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଇଂଲଣ୍ଡ ଗସ୍ତରେ ବିରାଟ କୋହଲିଙ୍କ ନେତୃତ୍ୱରେ ୨୦ ଜଣିଆ ଭାରତୀୟ ଦଳ ନେତୃତ୍ୱ ନେଉଛନ୍ତି। ଏବେ ଭାରତୀୟ ଦଳର ଖେଳାଳିଙ୍କୁ ମୁମ୍ବାଇରେ ବାଓ-ବବଲ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?