Posted inଜାତୀୟ

”ନିର୍ବାଚନ ସୋସିଆଲ ମିଡିଆରେ ନୁହେଁ, ଲୋକଙ୍କ ପାଖରେ ପହଞ୍ଚି ଜିତିବାକୁ ପଡିବ”; ବିରୋଧୀଙ୍କୁ କଟାକ୍ଷ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୯ା୧୨: ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସମ୍ବୋଧିତ କରି ବିରୋଧୀଙ୍କୁ ପ୍ରତ୍ୟାଖାନ ଜନସାଧାରଣ କରିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେଣୁକରି ସେମାନେ ସରକାରଙ୍କ ଯୋଜନାକୁ ବିରୋଧ କରି ସୋସିଆଲ ମିଡିଆରେ ନିର୍ବାଚନ ଜିତି ପାରିବେ ନାହିଁ, ଏଥିପାଇଁ ସେମାନଙ୍କୁ ଜନତାଙ୍କ ପାଖକୁ ଯିବାକୁ ପଡିବ।

ସରକାରଙ୍କ ବିରୋଧରେ ଠିଆ ହୋଇଥିବା ଲୋକ, ଜନସାଧାରଣଙ୍କ ବିବେକକୁ ଅଣଦେଖା କରିବା ପାଇଁ ନିଜ ରହସ୍ୟ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଏହା କହିଥିଲେ। ଯଦି ବିରୋଧୀ ଦଳମାନେ ରାଜନୈତିକ ସ୍ୱାର୍ଥ ପରିବର୍ତ୍ତେ ସେବା ଭାବନାକୁ ପ୍ରାଧାନ୍ୟ ଦେଇଥାନ୍ତେ, ତେବେ ଦେଶର ଜନସଂଖ୍ୟାର ଏକ ବଡ଼ ଅଂଶ ଦାରିଦ୍ର୍ୟରେ ରହିନଥାନ୍ତା ଏବଂ ମୋଦୀଙ୍କ ଆଜିର ଗ୍ୟାରେଣ୍ଟୀ ୫୦ ବର୍ଷ ପୂର୍ବେ ପୂରଣ ହୋଇଥାନ୍ତା ବୋଲି ସେ ଉଲ୍ଲେଖ କରିଥିଲେ।

ବିଭିନ୍ନ ସରକାରୀ ଯୋଜନାଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡିକର ସମନ୍ୱୟ ହାସଲ କରିବା ପାଇଁ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି ସୂଚନା ଦେଇଥିଲେ ଯେ ଏହି ଯାତ୍ରା ସମୟରେ ୧.୫ ଲକ୍ଷରୁ ଅଧିକ ହିତାଧିକାରୀ ସେମାନଙ୍କର ଅନୁଭୂତି ବାଣ୍ଟିଛନ୍ତି। କେନ୍ଦ୍ର ସରକାରଙ୍କ ର ବିଭିନ୍ନ ଉନ୍ନତି ମୂଳକ ଯୋଜନା ଯଥା ସ୍ଥାୟୀ ଘର, ଜଳ ସଂଯୋଗ, ଶୌଚାଳୟ, ମାଗଣା ଚିକିତ୍ସା, ମାଗଣା ରାସନ, ଗ୍ୟାସ ସଂଯୋଗ, ବିଦ୍ୟୁତ ସଂଯୋଗ, ବ୍ୟାଙ୍କ ଏକାଉଣ୍ଟ ଖୋଲିବା, ପିଏମ କିଷାନ ସମ୍ମାନ ନିଧି ଅଧୀନରେ ସୁବିଧା, ପିଏମ ଫସଲ ବୀମା ଯୋଜନା, ପିଏମ ସ୍ୱନିଧି ଯୋଜନା ଏବଂ ପିଏମ ସ୍ଵାମୀତ୍ୱ ସମ୍ପତ୍ତି କାର୍ଡ ଆଦି ବିଷୟରେ ସେ ଉଲ୍ଲେଖ କରିଥିଲ।

ଏହି ଯୋଜନା ଗୁଡିକୁ ବାରମ୍ବାର କୌଣସି ସରକାରୀ କାର୍ଯ୍ୟାଳୟକୁ ନଯାଇ ଦେଶର ବିଭିନ୍ନ ଗ୍ରାମର କୋଟି କୋଟି ପରିବାର ସରକାରଙ୍କ କୌଣସି ଯୋଜନାର ଲାଭ ପାଇଁ ପାରୁଛନ୍ତି। ସରକାର ହିତାଧିକାରୀଙ୍କୁ ଚିହ୍ନଟ କରିବା ପରେ ସେମାନଙ୍କୁ ସୁବିଧା ଦେବା ପାଇଁ ପଦକ୍ଷେପ ନେଇଥିବା ସେ ଉଲ୍ଲେଖ କରିଥିଲେ। ସେଥିପାଇଁ ଲୋକମାନେ କହୁଛନ୍ତି, ମୋଦୀ କି ଗ୍ୟାରେଣ୍ଟୀର ଅର୍ଥ ପ୍ରତିଶ୍ରୁତି ପୂରଣର ଗ୍ୟାରେଣ୍ଟୀ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri