Posted inଜାତୀୟ

”ନିର୍ବାଚନ ସୋସିଆଲ ମିଡିଆରେ ନୁହେଁ, ଲୋକଙ୍କ ପାଖରେ ପହଞ୍ଚି ଜିତିବାକୁ ପଡିବ”; ବିରୋଧୀଙ୍କୁ କଟାକ୍ଷ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୯ା୧୨: ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସମ୍ବୋଧିତ କରି ବିରୋଧୀଙ୍କୁ ପ୍ରତ୍ୟାଖାନ ଜନସାଧାରଣ କରିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେଣୁକରି ସେମାନେ ସରକାରଙ୍କ ଯୋଜନାକୁ ବିରୋଧ କରି ସୋସିଆଲ ମିଡିଆରେ ନିର୍ବାଚନ ଜିତି ପାରିବେ ନାହିଁ, ଏଥିପାଇଁ ସେମାନଙ୍କୁ ଜନତାଙ୍କ ପାଖକୁ ଯିବାକୁ ପଡିବ।

ସରକାରଙ୍କ ବିରୋଧରେ ଠିଆ ହୋଇଥିବା ଲୋକ, ଜନସାଧାରଣଙ୍କ ବିବେକକୁ ଅଣଦେଖା କରିବା ପାଇଁ ନିଜ ରହସ୍ୟ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଏହା କହିଥିଲେ। ଯଦି ବିରୋଧୀ ଦଳମାନେ ରାଜନୈତିକ ସ୍ୱାର୍ଥ ପରିବର୍ତ୍ତେ ସେବା ଭାବନାକୁ ପ୍ରାଧାନ୍ୟ ଦେଇଥାନ୍ତେ, ତେବେ ଦେଶର ଜନସଂଖ୍ୟାର ଏକ ବଡ଼ ଅଂଶ ଦାରିଦ୍ର୍ୟରେ ରହିନଥାନ୍ତା ଏବଂ ମୋଦୀଙ୍କ ଆଜିର ଗ୍ୟାରେଣ୍ଟୀ ୫୦ ବର୍ଷ ପୂର୍ବେ ପୂରଣ ହୋଇଥାନ୍ତା ବୋଲି ସେ ଉଲ୍ଲେଖ କରିଥିଲେ।

ବିଭିନ୍ନ ସରକାରୀ ଯୋଜନାଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡିକର ସମନ୍ୱୟ ହାସଲ କରିବା ପାଇଁ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି ସୂଚନା ଦେଇଥିଲେ ଯେ ଏହି ଯାତ୍ରା ସମୟରେ ୧.୫ ଲକ୍ଷରୁ ଅଧିକ ହିତାଧିକାରୀ ସେମାନଙ୍କର ଅନୁଭୂତି ବାଣ୍ଟିଛନ୍ତି। କେନ୍ଦ୍ର ସରକାରଙ୍କ ର ବିଭିନ୍ନ ଉନ୍ନତି ମୂଳକ ଯୋଜନା ଯଥା ସ୍ଥାୟୀ ଘର, ଜଳ ସଂଯୋଗ, ଶୌଚାଳୟ, ମାଗଣା ଚିକିତ୍ସା, ମାଗଣା ରାସନ, ଗ୍ୟାସ ସଂଯୋଗ, ବିଦ୍ୟୁତ ସଂଯୋଗ, ବ୍ୟାଙ୍କ ଏକାଉଣ୍ଟ ଖୋଲିବା, ପିଏମ କିଷାନ ସମ୍ମାନ ନିଧି ଅଧୀନରେ ସୁବିଧା, ପିଏମ ଫସଲ ବୀମା ଯୋଜନା, ପିଏମ ସ୍ୱନିଧି ଯୋଜନା ଏବଂ ପିଏମ ସ୍ଵାମୀତ୍ୱ ସମ୍ପତ୍ତି କାର୍ଡ ଆଦି ବିଷୟରେ ସେ ଉଲ୍ଲେଖ କରିଥିଲ।

ଏହି ଯୋଜନା ଗୁଡିକୁ ବାରମ୍ବାର କୌଣସି ସରକାରୀ କାର୍ଯ୍ୟାଳୟକୁ ନଯାଇ ଦେଶର ବିଭିନ୍ନ ଗ୍ରାମର କୋଟି କୋଟି ପରିବାର ସରକାରଙ୍କ କୌଣସି ଯୋଜନାର ଲାଭ ପାଇଁ ପାରୁଛନ୍ତି। ସରକାର ହିତାଧିକାରୀଙ୍କୁ ଚିହ୍ନଟ କରିବା ପରେ ସେମାନଙ୍କୁ ସୁବିଧା ଦେବା ପାଇଁ ପଦକ୍ଷେପ ନେଇଥିବା ସେ ଉଲ୍ଲେଖ କରିଥିଲେ। ସେଥିପାଇଁ ଲୋକମାନେ କହୁଛନ୍ତି, ମୋଦୀ କି ଗ୍ୟାରେଣ୍ଟୀର ଅର୍ଥ ପ୍ରତିଶ୍ରୁତି ପୂରଣର ଗ୍ୟାରେଣ୍ଟୀ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri