ଏଣିକି ଦୌଡିବାକୁ ପଡ଼ିବନି ତହସିଲ କାର୍ଯ୍ୟାଳୟ: ସେବା ଯୋଗାଇବାକୁ ସେମାନେ ଆସିବେ ପଞ୍ଚାୟତ ଅଫିସ

ଭୁବନେଶ୍ବର,୧୭।୯:  ରାଜସ୍ବ ବିଭାଗକୁ ଲୋକାଭିମୁଖୀ କରିବା ସହ ଠିକ୍‌ ସମୟରେ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏଣିକି ପ୍ରତି ମାସେ କିମ୍ବା ଦୁଇ ମାସରେ ଥରେ ତହସିଲ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଲୋକଙ୍କ ସମସ୍ୟା ସମାଧାନ କରିବା ସହ ପଟ୍ଟା ବଣ୍ଟନ କରିବେ। ଏ ନେଇ ସରକାର ଯୋଜନା ଆରମ୍ଭ କରିଛନ୍ତି ବୋଲି ଛତ୍ରପୁର ଗସ୍ତ ବେଳେ ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏବେ ବସୁନ୍ଧରା ଯୋଜନାରେ ସମସ୍ତ ବ୍ଲକସ୍ତରକୁ ଯାଇ ଗରିବମାନଙ୍କୁ ପଟ୍ଟା ବଣ୍ଟନ କରାଯାଉଛି। ଏଥିସହ ସଂଶୋଧନ କରି ଉତ୍ତରାଧିକାରୀ ତଥା ପିଲାମାନଙ୍କୁ ପଟ୍ଟା ବଣ୍ଟନ ଚାଲିଛି। ଦୀର୍ଘ ୫୦ ବର୍ଷ ହେଲା ଶିକ୍ଷାନୁଷ୍ଠାନଗୁଡିକୁ ପଟ୍ଟା ମିଳି ନ ଥିଲା। ଏବେ ସରକାର ଶିକ୍ଷାନୁଷ୍ଠାନକୁ ପଟ୍ଟା ପ୍ରଦାନ କରୁଛନ୍ତି। ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବରଦାସ୍ତ କରାଯିବ ନାହିଁ। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଆଗକୁ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିବ ବୋଲି ମନ୍ତ୍ରୀ କହିିଛନ୍ତି। ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଞ୍ଜାମ ଗସ୍ତରେ ଆସି ଜନସଭା କରିବେ। ଦେଢ଼ ବର୍ଷରେ ରାଜ୍ୟକୁ ଏହା ତାଙ୍କର ସପ୍ତମ ଗସ୍ତ ହେବ। ଓଡ଼ିଶାର ବିକାଶ ତାଙ୍କର ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri