ଏଣିକି ଦୌଡିବାକୁ ପଡ଼ିବନି ତହସିଲ କାର୍ଯ୍ୟାଳୟ: ସେବା ଯୋଗାଇବାକୁ ସେମାନେ ଆସିବେ ପଞ୍ଚାୟତ ଅଫିସ

ଭୁବନେଶ୍ବର,୧୭।୯:  ରାଜସ୍ବ ବିଭାଗକୁ ଲୋକାଭିମୁଖୀ କରିବା ସହ ଠିକ୍‌ ସମୟରେ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏଣିକି ପ୍ରତି ମାସେ କିମ୍ବା ଦୁଇ ମାସରେ ଥରେ ତହସିଲ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଲୋକଙ୍କ ସମସ୍ୟା ସମାଧାନ କରିବା ସହ ପଟ୍ଟା ବଣ୍ଟନ କରିବେ। ଏ ନେଇ ସରକାର ଯୋଜନା ଆରମ୍ଭ କରିଛନ୍ତି ବୋଲି ଛତ୍ରପୁର ଗସ୍ତ ବେଳେ ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏବେ ବସୁନ୍ଧରା ଯୋଜନାରେ ସମସ୍ତ ବ୍ଲକସ୍ତରକୁ ଯାଇ ଗରିବମାନଙ୍କୁ ପଟ୍ଟା ବଣ୍ଟନ କରାଯାଉଛି। ଏଥିସହ ସଂଶୋଧନ କରି ଉତ୍ତରାଧିକାରୀ ତଥା ପିଲାମାନଙ୍କୁ ପଟ୍ଟା ବଣ୍ଟନ ଚାଲିଛି। ଦୀର୍ଘ ୫୦ ବର୍ଷ ହେଲା ଶିକ୍ଷାନୁଷ୍ଠାନଗୁଡିକୁ ପଟ୍ଟା ମିଳି ନ ଥିଲା। ଏବେ ସରକାର ଶିକ୍ଷାନୁଷ୍ଠାନକୁ ପଟ୍ଟା ପ୍ରଦାନ କରୁଛନ୍ତି। ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବରଦାସ୍ତ କରାଯିବ ନାହିଁ। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଆଗକୁ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିବ ବୋଲି ମନ୍ତ୍ରୀ କହିିଛନ୍ତି। ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଞ୍ଜାମ ଗସ୍ତରେ ଆସି ଜନସଭା କରିବେ। ଦେଢ଼ ବର୍ଷରେ ରାଜ୍ୟକୁ ଏହା ତାଙ୍କର ସପ୍ତମ ଗସ୍ତ ହେବ। ଓଡ଼ିଶାର ବିକାଶ ତାଙ୍କର ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri